Advertisment

ଧାମନଗର ଉପନିର୍ବାଚନ: ମତଦାନ ଆରମ୍ଭ, ଭୋଟ୍ ଗ୍ରହଣ ଶେଷ ପର୍ଯ୍ୟନ୍ତ ମଦ ବିକ୍ରି ବାରଣ

ଧାମନଗର ନିର୍ବାଚନମଣ୍ଡଳୀର ୨ ଲକ୍ଷ ୩୮ହଜାର ୪୧୭ଜ ଣ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ସେଥିମଧ୍ୟରୁ ୧ ଲକ୍ଷ ୨୩ ହଜାର ୩୮ ପୁରୁଷ ଓ  ୧ଲକ୍ଷ ୧୫ ହଜାର ୩୪୬ ମହିଳା ଭୋଟର ଅଛନ୍ତି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Dhamnagar Bypoll

Dhamnagar Bypoll: Voting Begins

ଧାମନଗର ଉପନିର୍ବାଚନ ପାଇଁ ଆଜି ସକାଳ ୭ଟାରୁ ଭୋଟ୍‌ ଗ୍ରହଣ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଦାନ ଚାଲିଛି। ସନ୍ଧ୍ୟା ୬ଟା ଯାଏ ଭୋଟ୍‌ ଗ୍ରହଣ ଚାଲିବ।  ଧାମନଗର ନିର୍ବାଚନମଣ୍ଡଳୀର ୨ ଲକ୍ଷ ୩୮ହଜାର ୪୧୭ଜ ଣ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ସେଥିମଧ୍ୟରୁ ୧ ଲକ୍ଷ ୨୩ ହଜାର ୩୮ ପୁରୁଷ ଓ  ୧ଲକ୍ଷ ୧୫ ହଜାର ୩୪୬ ମହିଳା ଭୋଟର ଅଛନ୍ତି। 

Advertisment

ଧାମନଗର ଉପନିର୍ବାଚନ ମଇଦାନରେ ଅଛନ୍ତି ୫ଜଣ ପ୍ରାର୍ଥୀ। ମୋଟ୍ ୨୫୨ଟି ବୁଥ୍ ଥିବାବେଳେ ଏହା ମଧ୍ୟରୁ ୧୧୦ଟି ସମ୍ବେଦନଶୀଳ ବୁଥ୍ ରହିଛି। ସେଥିମଧ୍ୟରୁ ୧୨୬ଟି ୱେବ୍‌ କାଷ୍ଟିଂ ହେବ। ୨୫ ମାଇକ୍ରୋ ଅବ୍‌ଜରଭର୍‌ ରହିଛନ୍ତି। ୧୫ଟି ମଡେଲ ବୁଥ୍‌ ଓ ୫ଟି ପିଙ୍କ୍ ବୁଥ୍ କରାଯାଇଛି। ୧ ହଜାରରୁ ଅଧିକ ପୋଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି। ଭୋଟ୍ ଗ୍ରହଣ ଶେଷ ପର୍ଯ୍ୟନ୍ତ ମଦ ବିକ୍ରି ବାରଣ କରାଯାଇଛି।

ଅଧିକ ପଢ଼ନ୍ତୁ: ଧାମନଗର ଉପନିର୍ବାଚନ: ବିଷ୍ଣୁଙ୍କ ଗଡ଼ରେ କିଏ ମାରିବ ବାଜି ? ପୁଅ ରଖିପାରିବେ ତ ଟେକ...

Advertisment

ଆଜି ସକାଳ ୭ରୁ ସନ୍ଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ସମସ୍ତ ଏକ୍‌ଜିଟ୍‌ ପୋଲକୁ ବ୍ୟାନ୍ କରାଯାଇଛି। ବୁଥ୍‌ର ଶହେ ମିଟର ମଧ୍ୟରେ କେହି ବି କଥାବାର୍ତ୍ତା ହୋଇପାରିବେ ନାହିଁ। ଯଦି କେହି ନିୟମ ଉଲ୍ଲଂଘନ କରନ୍ତି, ତା’ହେଲେ ସେମାନଙ୍କୁ ଗିରଫ କରାଯିବ। ଭୋଟର ପରିଚୟ ପତ୍ର ଛଡ଼ା ୧୨ଟି ଅନ୍ୟ ଡକ୍ୟୁମେଣ୍ଟ ଦେଖାଇ ବି ଭୋଟ୍ ଦେଇ ପାରିବେ। ସୁରକ୍ଷା ବ୍ୟବସ୍ଥାରେ ହଜାରେ ପୋଲିସଙ୍କୁ ନିୟୋଜିତ କରାଯିବା ସହ ୪ କମ୍ପାନୀ କେନ୍ଦ୍ରୀୟ ଫୋର୍ସ, ୨୨ ପ୍ଲାଟୁନ୍ ଷ୍ଟେଟ୍ ଆର୍ମଡ ପୋଲିସ ଫୋର୍ସ ମୁତୟନ କରାଯାଇଛି।  

Dhamnagar Bypoll
Advertisment
Advertisment