Advertisment

ଜଗନଙ୍କୁ ଧର୍ମେନ୍ଦ୍ରଙ୍କ ପରାମର୍ଶ, କହିଲେ ବିବାଦ ସମାଧାନ ନହେବା ଯାଏଁ ନିର୍ମାଣ କାର୍ଯ୍ୟ ବନ୍ଦ ରହୁ

ଓଡ଼ିଶା-ଆନ୍ଧ୍ର ସୀମା ବିବାଦର ସମାଧାନ ପାଇଁ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡିଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଚିଠିରେ ସେ ୪ଟି ପ୍ରସ୍ତାବ ଦେଇଛନ୍ତି । ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଦ୍ୱିପାକ୍ଷିକ ଆଲୋଚନା କରନ୍ତୁ ବୋଲି ଧର୍ମେନ୍ଦ୍ର ପ୍ରସ୍ତାବ ଦେବା ସହିତ ଯୁଗ୍ମ କାର୍ଯ୍ୟକାରୀ କମିଟି ଗଠନ କରିବାକୁ ମଧ୍ୟ କହିଛନ୍ତି ।

ଅଦ୍ୟତନ ହୋଇଛି
undefined

Dharmendra Pradhan

Advertisment

ଓଡ଼ିଶା-ଆନ୍ଧ୍ର ସୀମା ବିବାଦର ସମାଧାନ ପାଇଁ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡିଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଚିଠିରେ ସେ ୪ଟି ପ୍ରସ୍ତାବ ଦେଇଛନ୍ତି । ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଦ୍ୱିପାକ୍ଷିକ ଆଲୋଚନା କରନ୍ତୁ ବୋଲି ଧର୍ମେନ୍ଦ୍ର ପ୍ରସ୍ତାବ ଦେବା ସହିତ ଯୁଗ୍ମ କାର୍ଯ୍ୟକାରୀ କମିଟି ଗଠନ କରିବାକୁ ମଧ୍ୟ କହିଛନ୍ତି । ଏହାସହିତ ବିବାଦୀୟ ଗାଁରୁ ସଶସ୍ତ୍ର ସୁରକ୍ଷା ବଳ ପ୍ରତ୍ୟାହାର, ଜନ ପ୍ରତିନିଧି ଏବଂ ସରକାରୀ ଅଧିକାରୀଙ୍କ ବିରୋଧରେ ଥିବା ମାମଲା ପ୍ରତ୍ୟାହାର କରିବାକୁ ସେ କହିଛନ୍ତି । ବିବାଦର ସମାଧାନ ହେବା ପର୍ଯ୍ୟନ୍ତ କୌଣସି ନୂଆ ଢାଞ୍ଚାଗତ ନିର୍ମାଣ ନ କରିବା ଭଲ ବୋଲି ମଧ୍ୟ ଉଲ୍ଲେଖ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତେବେ ଏହି ସୀମା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ବ୍ୟକ୍ତିଗତ ସ୍ତରରେ ସମର୍ଥନ ଦେବାକୁ ସେ ପ୍ରତିଶ୍ରୁତି ମଧ୍ୟ ଦେଇଛନ୍ତି ।

Advertisment

ସୂଚନାଯୋଗ୍ୟ, କୋରାପୁଟ ଜିଲ୍ଲା କୋଟିଆ ପଞ୍ଚାୟତର କିଛି ଗାଁକୁ ନିଜର ବୋଲି ଦାବି କରୁଛି ଆନ୍ଧ୍ର ପ୍ରଦେଶ । ସେହିଭଳି ଗଜପତିର କେତେକ ଅଞ୍ଚଳରେ ମଧ୍ୟ ଆନ୍ଧ୍ରର ଅନଧିକାର ଅନୁପ୍ରବେଶ ଦେଖିବାକୁ ମିଳିଛି ।

Advertisment

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି, “ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଐତିହାସିକ ଦୃଷ୍ଟିରୁ ବିକାଶମୁଖୀ ଆହ୍ୱାନ ଏବଂ କଲ୍ୟାଣକାରୀ କାର୍ଯ୍ୟକ୍ରମରେ ସାମାନ ଭାବେ ଅଂଶୀଦାର । ଉଭୟ ରାଜ୍ୟ ପୂର୍ବଘାଟିରେ ଥିବା ପାହାଡ଼ିଆ ଅଂଚଳରେ ଲୋକଙ୍କ ଜୀବନକୁ ସୁଗମ କରିବା ପାଇଁ ସଂଯୋଗ ସ୍ଥାପନ, ବିକାଶମୂଳକ କାର୍ଯ୍ୟକୁ ସୁନିଶ୍ଚିତ କରିବା ସହ ଭିତ୍ତିଭୂମିର ବିକାଶ କରିବା ପାଇଁ ଅନେକ ଗୁଡ଼ିଏ ପଦକ୍ଷେପ ନେଉଛନ୍ତି । ଏହି ବିକାଶମୂଳକ ପଦକ୍ଷେପ ଗୁଡିକ ବାମପନ୍ଥୀ ଉଗ୍ରବାଦୀ ଦ୍ୱାରା ଉପୁଜିଥିବା ସମସ୍ୟାକୁ ସମାଧାନ କରିବା ଦିଗରେ ଫଳପ୍ରଦ ସାବ୍ୟସ୍ତ ହୋଇଛି ।”

ସେ ଆହୁରି ଲେଖିଛନ୍ତି, “ସୀମାବର୍ତ୍ତୀ ଗ୍ରାମାଞ୍ଚଳରେ ଶାନ୍ତି ଫେରାଇବା ଓ ବାମପନ୍ଥୀ ଉଗ୍ରବାଦୀ ଉପଦ୍ରବକୁ ଦମନ କରିବା ପାଇଁ ପ୍ରଶାସନ, ପୁଲିସ ଓ ସୁରକ୍ଷା ବଳ, ରାଜନେତା ଏକଜୁଟ ହୋଇ କାମ କରୁଛନ୍ତି। କିନ୍ତୁ ଏହା ଦୁର୍ଭାଗ୍ୟଜନକ ଯେ, ସାମ୍ପ୍ରତିକ ପରିସ୍ଥିତିରେ ଆନ୍ତଃରାଜ୍ୟ ସୀମାକୁ ନେଇ ଏକ ବିବାଦ ସୃଷ୍ଟି ହେବା ଏକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ଏହି ସବୁ ବିବାଦ ଦ୍ୱାରା ଏହି ଅଞ୍ଚଳରେ ଅନେକ ବର୍ଷ ଧରି ହୋଇଥିବା ବିକାଶମୂଳକ କାର୍ଯ୍ୟ ଦିଗହରା ହେବାର ସମ୍ଭାବନା ରହିଛି। ଏହି ପରିସ୍ଥିତି ଉଭୟ ରାଜ୍ୟର ସାମାଜିକ, ରାଜନୈତିକ ଓ ଅର୍ଥନୈତିକ ସ୍ୱାର୍ଥ ଉପରେ ମଧ୍ୟ କୁପ୍ରଭାବ ପକାଇ ଲୋକଙ୍କ ଆସ୍ଥା ହରାଇବ।”

Advertisment

ଶ୍ରୀ ପ୍ରଧାନ ତାଙ୍କ ପତ୍ରରେ ଆହୁରି ଲେଖିଛନ୍ତି, “କୋରାପୁଟ ପଟ୍ଟାଙ୍ଗୀ ବ୍ଲକ୍‌ କୋଟିଆ ପଞ୍ଚାୟତର ୨୦ଟି ଗାଁରୁ ଆରମ୍ଭ ହୋଇଥିବା ବିବାଦ ଏବେ ସୀମାବର୍ତ୍ତୀ ଅଞ୍ଚଳ ଗଜପତି ଜିଲ୍ଲାକୁ ବ୍ୟାପିଛି । ଏହା ଦ୍ୱାରା ଆନ୍ତରାଜ୍ୟ ସୀମା ବିବାଦ ସୃଷ୍ଟି ହେଉଛି । ଯାହା ଗଭୀର ଚିନ୍ତାଜନକ । ଏହି ସବୁ ବିବାଦ ଯୋଗୁ ଦୁଇ ରାଜ୍ୟର ସୀମାବର୍ତ୍ତୀ ଗାଁର ସୁରକ୍ଷା ଓ ଅଞ୍ଚଳବାସୀଙ୍କ ବିକାଶରେ କ୍ଷତି ପହଁଚାଉଛି । ଏହି ସୀମା ବିବାଦର ସମାଧାନ କରିବା ସମୟ ସାପେକ୍ଷ । ଏହାକୁ ସମାଧାନ କରିବା ପାଇଁ ଉଚ୍ଚ ସ୍ତରରେ ପରିପକ୍ୱ ରାଜନୈତିକ ବ୍ୟକ୍ତିବିଶେଷଙ୍କ ହସ୍ତକ୍ଷେପ, ବୁଝାମଣା ତଥା ସହଯୋଗର ଆବଶ୍ୟକତା ରହିଛି ।”

Dharmendra Pradhan Odisha_Andhra Border Dispute
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ