/odishatv-khabar/media/post_attachments/uploadimage/library/16_9/16_9_0/IMAGE_1693300131.jpg)
ECI official
ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ ଓଡ଼ିଶା ଆସୁଛନ୍ତି ଇସିଆଇ ଅଧିକାରୀ। ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ନିର୍ବାଚନ ସମ୍ବନ୍ଧୀୟ ଆଲୋଚନା କରିବେ । ସାଧାରଣ ନିର୍ବାଚନ ନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ପ୍ରସ୍ତୁତି କରାଯାଉଥିବା ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ।
Advertisment
ରାଜ୍ୟରେ ନିର୍ବାଚନ ପାଇଁ ଆବଶ୍ୟକ ଅନୁସାରେ ଇଭିଏମ୍ ପହଞ୍ଚି ସାରିଛି । ୯ଟି ଜିଲା ପାଇଁ ଭିଭିପାଟ ବି ଆସି ସାରିଛି । ଆସନ୍ତା ଅକ୍ଟୋବର ମାସରେ ସମସ୍ତ ଇଭିଏମ୍ ଓ ଭିଭିପାଟ୍ ର ଯାଞ୍ଚ ହେବ। ଭୋଟର ତାଲିକା ସଂଶୋଧନ ପାଇଁ ମଧ୍ୟ ପ୍ରକ୍ରିୟା ଆରମ୍ଭ କରାଯାଉଛି।
ନିର୍ବାଚନ ନେଇ ଏହା ଏକ ସ୍ୱାଭାବିକ ପ୍ରକ୍ରିୟା । ଆଗୁଆ ନିର୍ବାଚନ ସହ ଏହାର କୌଣସି ସମ୍ପର୍କ ନଥିବା ସ୍ପଷ୍ଟ କରିଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ।...
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)