Advertisment

ସେପ୍ଟେମ୍ବର ୧୩ରେ ଓଡ଼ିଶା ଆସୁଛନ୍ତି ଇସିଆଇ ଅଧିକାରୀ

ନିର୍ବାଚନ ପୂର୍ବରୁ ନିର୍ବାଚନ କମିଶନଙ୍କ କସରତ ..ଆଗୁଆ ନିର୍ବାଚନ ଚର୍ଚ୍ଚାକୁ ଖୋରାକ ଦେଲା ଇସିଆଇ ଅଧିକାରୀଙ୍କ ଗସ୍ତ । ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କ ସହ ନିର୍ବାଚନ ସଂପର୍କୀତ ସମୀକ୍ଷା କରିବେ ।

ଅଦ୍ୟତନ ହୋଇଛି
ECI official to visit Odisha

ECI official

Advertisment

ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ ଓଡ଼ିଶା ଆସୁଛନ୍ତି ଇସିଆଇ ଅଧିକାରୀ। ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ନିର୍ବାଚନ ସମ୍ବନ୍ଧୀୟ ଆଲୋଚନା କରିବେ । ସାଧାରଣ ନିର୍ବାଚନ ନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ପ୍ରସ୍ତୁତି କରାଯାଉଥିବା ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ।

Advertisment

ରାଜ୍ୟରେ ନିର୍ବାଚନ ପାଇଁ ଆବଶ୍ୟକ ଅନୁସାରେ ଇଭିଏମ୍ ପହଞ୍ଚି ସାରିଛି । ୯ଟି ଜିଲା ପାଇଁ ଭିଭିପାଟ ବି ଆସି ସାରିଛି । ଆସନ୍ତା ଅକ୍ଟୋବର ମାସରେ ସମସ୍ତ ଇଭିଏମ୍ ଓ ଭିଭିପାଟ୍ ର ଯାଞ୍ଚ ହେବ। ଭୋଟର ତାଲିକା ସଂଶୋଧନ ପାଇଁ ମଧ୍ୟ ପ୍ରକ୍ରିୟା ଆରମ୍ଭ କରାଯାଉଛି।

ନିର୍ବାଚନ ନେଇ ଏହା ଏକ ସ୍ୱାଭାବିକ ପ୍ରକ୍ରିୟା । ଆଗୁଆ ନିର୍ବାଚନ ସହ ଏହାର କୌଣସି ସମ୍ପର୍କ ନଥିବା ସ୍ପଷ୍ଟ କରିଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ।...

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ