/odishatv-khabar/media/post_attachments/uploadimage/library/16_9/16_9_0/IMAGE_1706516225.jpg)
Rajya Sabha Election
ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ । ଓଡ଼ିଶାର ୩ ରାଜ୍ୟସଭା ଆସନ ପାଇଁ ନିର୍ବାଚନ କରାଯିବ । ଏଥିପାଇଁ ଆଜି ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି । ରାଜ୍ୟସଭା ନିର୍ବାଚନ ପାଇଁ ଫେବ୍ରୁଆରୀ ୮ରେ ପ୍ରକାଶ ପାଇବ ବିଜ୍ଞପ୍ତି । ଫେବ୍ରୁଆରୀ ୧୫ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଥିବା ସୂଚନା ଦିଆଯାଇଛି ।
ସେହିପରି ଫେବ୍ରୁଆରୀ ୧୬ରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ଫେବ୍ରୁଆରୀ ୨୦ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର କରିପାରିବେ । ୨୭ରେ ମତଦାନ ଆରମ୍ଭ ହେବାକୁ ଥିବାବେଳେ ସକାଳ ୯ଟାରୁ ଅପରାହ୍ଣ୪ଟା ଯାଏ ଚାଲିବ ଭୋଟିଂ ।
ତେବେ ୧୫ଟି ରାଜ୍ୟସଭା ଆସନ ପାଇଁ ଏହି ନିର୍ବାଚନ ହେବ। ଯେଉଁଥିରେ ଓଡ଼ିଶାର ୩ଟି ଆସନ ରହିଛି । ଏପ୍ରିଲ ୩ରେ ଓଡ଼ିଶାର ୩ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ସରିବ । ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ, ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଶେଷ ହେଉଛି । ତେବେ ସଂଖ୍ୟା ଦୃଷ୍ଟିରୁ ଏହି ୩ଟି ଆସନ ବିଜେଡି ଖାତାକୁ ଆସିବ ।
ହେଲେ ବିଜେଡି ପକ୍ଷରୁ କିଏ ପ୍ରାର୍ଥୀ ହେବ ତାହା ଉପରେ ନଜର ରହିଛି । ଆଗକୁ ରହିଛି ସାଧାରଣ ନିର୍ବାଚନ । ସୁତରାଂ ଏହି ନିର୍ବାଚନର ଗୁରୁତ୍ୱ ବୃଦ୍ଧି ପାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)