/odishatv-khabar/media/post_attachments/uploadimage/library/16_9/16_9_0/IMAGE_1641556548.jpg)
Narasingh Mishra
ପ୍ରଥମେ ଜୀବନ, ପରେ ନିର୍ବାଚନ। ଏମିତି କହିଲେ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର। ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢୁଥିବାବେଳେ ନିର୍ବାଚନ ଅନିବାର୍ଯ୍ୟ ନୁହେଁ ବୋଲି କହିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ତଥା ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର। ଆଗକୁ ରାଜ୍ୟ ସରକାର ପଂଚାୟତ ଏବଂ ପୌର ର୍ନିବାଚନ କରିବାକୁ ଯାଉଛନ୍ତି। ଏଭଳି ସ୍ଥିତିରେ ଜନ ସମାଗମ ବଢିବା ସହିତ କରୋନା ସଂକ୍ରମଣ ବଢିବ ।
ତେଣୁ ସଂକ୍ରମଣ କମିଲେ ମଧ୍ୟ ନିର୍ବାଚନ କରିହେବ । ବିଳମ୍ବ ହେଲେ କୌଣସି କ୍ଷତି ହେବ ନାହିଁ ବୋଲି କହିଛନ୍ତି ନରସିଂହ । ଏଥିସହିତ ରାଜ୍ୟରେ ଓ.ବି.ସି ଏବଂ ଆଦିବାସୀମାନେ ସଂରକ୍ଷଣକୁ ନେଇ ଆନ୍ଦୋଳନ କରୁଛନ୍ତି । ଆନ୍ଦୋଳନ ତଥା କରୋନା ସଂକ୍ରମଣକୁ ନଜରରେ ରଖି ବର୍ତ୍ତମାନ ର୍ନିବାଚନ ନକରିବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି ସେ। ଏନେଇ ନିର୍ବାଚନ କମିଶନଙ୍କୁ ମଧ୍ୟ ଚିଠି ଲେଖିବେ ବୋଲି କହିଛନ୍ତି ନରସିଂହ ମିଶ୍ର।
ସୂଚନା ଅନୁସାରେ, ରାଜ୍ୟରେ ଧୀରେ ଧୀରେ ବଢିବାରେ ଲାଗିଛି ସଂକ୍ରମଣ। ଆଜି ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ୨ ହଜାର ପାର୍ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୨,୭୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧,୫୭୯ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୧,୧୨୪ ରହିଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୪୦୯ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨,୪୭୬ରେ ପହଞ୍ଚଛି। ସେଥି ମଧ୍ୟରୁ ୧୦,୪୫,୭୧୮ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ୍ କେସ୍-୮୨୩୭ ରହିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)