• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ପୂର୍ବତନ ସାଂସଦ ତଥା ସ୍ୱର୍ଗତଃ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପତ୍ନୀ ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ । ଏନେଇ ସୂଚନା ଦେଇଛନ୍ତି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ପଟ୍ଟନାୟକଙ୍କ ପତ୍ନୀ ଥିଲେ ଜୟନ୍ତୀ ।

ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଥିବା ବେଳେ ୯୦ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ସେ ପ୍ରଥମ ଜାତୀୟ ମହିଳା କମିଶନର ଅଧ୍ୟକ୍ଷା ଥିଲେ । ବ୍ରହ୍ମପୁର ଓ କଟକ ଲୋକସଭା ଆସନରୁ ସେ ନିର୍ବାଚିତ ହୋଇଥିଲେ ।

ସୂଚନାଯୋଗ୍ୟ, ଜୟନ୍ତୀ ପଟ୍ଟନାୟକ ୧୯୩୨ ମସିହା ଏପ୍ରିଲ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ଏକାଧାରରେ ସେ ଜଣେ ରାଜନେତ୍ରୀ, ସାହିତ୍ୟିକା, ଅନୁବାଦିକା, ସାହିତ୍ୟ ସଙ୍ଗଠିକା ସହ ଜଣେ ଭଲ ବକ୍ତା ମଧ୍ୟ ଥିଲେ। ସେ ଓଡିଶାରୁ ପ୍ରଥମ ମହିଳା ଭାବେ ଲୋକସଭାକୁ ୧୯୮୧ ମସିହାରେ ସେ କଂଗ୍ରେସ ଟିକେଟରେ କଟକ ରୁ ନିର୍ବାଚିତ ହୋଇଥିଲେ ।

ଜୟନ୍ତୀ ପ୍ରଥମେ ହରିହର ବିଦ୍ୟାଳୟରୁ ମାଟ୍ରିକ ପାସ୍ କରିବା ପରେ କଟକ ଶୈଳବାଳା ମହିଳା ମହାବିଦ୍ୟାଳୟରୁ ସମାଜ ବିଜ୍ଞାନରେ ସ୍ନାତକ ଓ ବମ୍ବେସ୍ଥିତ ଟାଟା ଇନଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍ସରୁ ସମାଜ ବିଜ୍ଞାନରେ ସ୍ନାତକୋତ୍ତର ଶିକ୍ଷାଲାଭ କରିଥିଲେ । ୧୯୫୩ ମସିହାରେ ସେ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ବିବାହ କରିଥିଲେ ।

ଜୟନ୍ତୀ ମୋଟ ୪ ଥର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ୧୯୮୪ରେ ଦ୍ୱିତୀୟ ଥର ପାଇଁ କଟକ ଆସନରୁ ସେ ନିର୍ବାଚିତ ହୋଇଥିଲେ । ଏହାପରେ ୧୯୯୮ ମସିହାରେ ବ୍ରହ୍ମପୁର ଆସନରୁ ସେ ନିର୍ବାଚିତ ହୋଇଥିଲେ । ୧୯୯୬ ମସିହାରେ ସେ ରାଜ୍ୟସଭାକୁ ମଧ୍ୟ ନିର୍ବାଚିତ ହୋଇଥିଲେ ।