Biseswar Tudu
୨ ସରକାରୀ ଅଧିକାରୀଙ୍କୁ କେନ୍ଦ୍ର ମନ୍ତ୍ରୀଙ୍କ ମାଡ଼ ଅଭିଯୋଗ ଘଟଣା । ମାଡ଼ ମାରିବା ଅଭିଯୋଗରେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ନାଁରେ ମାମଲା । ବାରିପଦା ଟାଉନ୍ ଥାନାରେ ଅଭିଯୋଗକାରୀଙ୍କ ଏତଲା ଭିତ୍ତିରେ ମାମଲା । IPC ୩୨୩, ୩୨୫, ୨୯୪, ୫୦୬ ଦଫାରେ ମାମଲା ରୁଜୁ । ମୟୂରଭଞ୍ଜ ଜିଲ୍ଲା ଯୋଜନା ବୋର୍ଡ ଡେପୁଟି ଡିରେକ୍ଟର ଓ ଆସିଷ୍ଟାଣ୍ଟ ଡିରେକ୍ଟରଙ୍କୁ ମନ୍ତ୍ରୀ ଚେୟାରରେ ପିଟିଥିବା ଅଭିଯୋଗ ହୋଇଛି ।
ଡେପୁଟି ଡିରେକ୍ଟର ଅଶ୍ୱିନୀ ମଲ୍ଲିକ, ଆସିଷ୍ଟାଣ୍ଟ ଡିରେକ୍ଟର ଦେବାଶିଷ ମହାପାତ୍ରଙ୍କୁ ରିଭ୍ୟୁ ପାଇଁ ଦଳୀୟ କାର୍ଯ୍ୟାଳୟକୁ ଡକାଇଥିଲେ ମନ୍ତ୍ରୀ । ତେବେ ସେଠାରେ ଉଭୟଙ୍କୁ ମନ୍ତ୍ରୀ ଚେୟାରରେ ପିଟିଥିବା ନେଇ ୨ ଅଧିକାରୀ ଅଭିଯୋଗ କରିଛନ୍ତି । ସେପଟେ ଆହତ ଅବସ୍ଥାରେ ଉଭୟ ଅଧିକାରୀ ବାରିପଦା ମେଡିକାଲ କଲେଜରେ ଭର୍ତ୍ତି ହୋଇଛନ୍ତି ।
କେନ୍ଦ୍ରମନ୍ତ୍ରୀଙ୍କ ମାଡ଼ରେ ଡେପୁଟି ଡିରେକ୍ଟର ଦେବାଶିଷ ମହାପାତ୍ରଙ୍କ ହାତ ଭାଙ୍ଗିଥିବା ବେଳେ ଆସିଷ୍ଟାଣ୍ଟ ଡିରେକ୍ଟର ଅଶ୍ୱିନୀ ମଲ୍ଲିକ ମଧ୍ୟ ଆହତ ହୋଇଛନ୍ତି । ତେବେ ମାଡ଼ ଅଭିଯୋଗ ନେଇ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ପ୍ରତିକ୍ରିୟା ମିଳି ପାରିନି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1642773838.jpg)