/odishatv-khabar/media/post_attachments/uploadimage/library/16_9/16_9_0/IMAGE_1677513558.jpg)
Sports Star Award
ଓଡ଼ିଶାକୁ ମିଳିଲା ସ୍ପୋର୍ଟସ ଷ୍ଟାର ଆୱାର୍ଡ । କ୍ରୀଡା ପ୍ରୋତ୍ସାହନ କ୍ଷେତ୍ରରେ ଓଡ଼ିଶା କୁ ଶ୍ରେଷ୍ଠ ରାଜ୍ୟ ଭାବେ ଏହି ପୁରସ୍କାର ମିଳିଛି । ପ୍ରସିଦ୍ଧ କ୍ରୀଡା ପତ୍ରିକା ସ୍ପୋର୍ଟସ ଷ୍ଟାର ପକ୍ଷରୁ ଏହି ପୁରସ୍କାର ଦିଆଯାଇଛି । ଆଜି ମୁମ୍ବାଇରେ ଆୟୋଜିତ ସ୍ପୋର୍ଟସ ଷ୍ଟାର ଆସେସ୍-୨୦୨୩ ଆୱାର୍ଡସ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ବେଷ୍ଟ ଷ୍ଟେଟ୍ ଫର୍ ପ୍ରମୋସନ୍ ଅଫ୍ ସ୍ପୋର୍ଟସ ପୁରସ୍କାର ଗ୍ରହଣ କରିଛନ୍ତି।
Advertisment
ଚତୁର୍ଥଥର ପାଇଁ ଓଡ଼ିଶା ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇଛି । କ୍ରୀଡା କ୍ଷେତ୍ରରେ ଉତ୍କୃଷ୍ଟତା, ପ୍ରତିଯୋଗୀତା, କୋଚିଂ, ଭିତ୍ତିଭୂମି ଓ ପ୍ରତିଭାଧର କ୍ରୀଡାବିତଙ୍କ ପାଇଁ କଲ୍ୟାଣ ଯୋଜନାର ମିଳିତ ଭୂମିକାରେ ପ୍ରତିଷ୍ଠା ପାଇଥିବା ଓଡ଼ିଶାର ସ୍ପୋର୍ଟସ ମଡେଲ୍ ସ୍ୱତନ୍ତ୍ର ସ୍ଥାନ ହାସଲ କରିଛି । ପୁରସ୍କାର ପାଇଁ ହିନ୍ଦୁ ଗ୍ରୁପ ତଥା ସ୍ପୋର୍ଟସ ଷ୍ଟାରକୁ ଧନ୍ୟବାଦ ଦେଇ ମୁଖ୍ୟମନ୍ତ୍ରୀ ଏହି ପୁରସ୍କାରକୁ ଓଡ଼ିଶାର ଜନସାଧାରଣଙ୍କୁ ଉତ୍ସର୍ଗ କରିଛନ୍ତି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)