Advertisment

ଆଜି ଓଡ଼ିଶା ଆସୁଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର,କର୍ମୀଙ୍କୁ କଣ ଦେବେ ଗୁରୁ ମନ୍ତ୍ର

ଆଜି ଓଡ଼ିଶା ଆସୁଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର । ଭୁବନେଶ୍ବରରେ ବ୍ୟପକ କାର୍ଯ୍ୟକ୍ରମ । କଟକରେ ଦଳୀୟ କାର୍ଯ୍ୟକ୍ରମ ଓ ସନ୍ଧ୍ୟାରେ ସମ୍ବଲପୁରରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେବେ ଏସ୍.ଜୟଶଙ୍କର ।

S. Jaishankar

S. Jaishankar

Advertisment

ଆଜି ଓଡ଼ିଶା ଆସୁଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର। ଏସ. ଜୟଶଙ୍କର ଭୁବନେଶ୍ବର ପହଞ୍ଚିବା ପରେ ବିଭିନ୍ନ କାର୍ଯ୍ୟକ୍ରମ ଯେପରିକି ଏଡିଟର୍ସ ମିଟ, ବୁଦ୍ଧିଜୀବୀ ସମ୍ମିଳନୀ ପରେ ଏକ ସାମ୍ବାଦିକ ସମ୍ମିଳନୀ କରିବେ। କଟକରେ ଦଳୀୟ କାର୍ଯ୍ୟକ୍ରମ ଓ ସନ୍ଧ୍ୟାରେ ସମ୍ବଲପୁରରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେବେ ।

Advertisment

ସେହିପରି ଆସନ୍ତକାଲି ଅପରାହ୍ନରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ନଡ୍ଡା ରାଜ୍ୟ ବିଜେପିର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବା କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟାରେ କଟକରେ କାର୍ଯ୍ୟକର୍ତ୍ତା ବୈଠକରେ ଗୁରୁମନ୍ତ୍ର ଦେବାର କାର୍ଯ୍ୟକ୍ରମ ରହିଛି। ସେପଟେ ଆସନ୍ତା ୬ ତାରିଖରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଣେ ମୋଦି, ନଡ୍ଡା ଓ ଜୟଶଙ୍କରଙ୍କ ଭଳି ଶୀର୍ଷ ନେତୃତ୍ବଙ୍କ ଓଡ଼ିଶା ଆଗମନକୁ ନେଇ ବେଶ୍ ଉତ୍ସାହିତ ହୋଇପଡ଼ିଛି ରାଜ୍ୟ ବିଜେପି।

ଓଡ଼ିଶାରେ ଅଧିକ ସିଟ୍ ହାତେଇବା ପାଇଁ ଲକ୍ଷ୍ୟ ରଖିଛି ବିଜେପି। ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ୪ ଓ ୫ ତାରିଖ ଦୁଇଦିନ ଓଡ଼ିଶାରେ ରହିବେ। ଭୁବନେଶ୍ୱର-କଟକ-ସମ୍ବଲପୁରରେ କାର୍ଯ୍ୟକ୍ରମରେ ଯୋଗଦେବେ ଏସ୍‌.ଜୟଶଙ୍କର । ଆସନ୍ତା ୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ନେଇ ରାଜ୍ୟ ବିଜେପିର ମାହୋଲ ସରଗରମ ରହିଛି। ୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରହ୍ମପୁର ଓ ନବରଙ୍ଗପୁର ନିର୍ବାଚନୀ ସଭାକୁ ସମ୍ବୋଧିତ କରିବେ। ବ୍ରହ୍ମପୁର ସହର ଉପକଣ୍ଠ କନିଷିଠାରେ ଆୟୋଜିତ ସଭାରେ ସାମିଲ ହେବେ ମୋଦି। ଏହାପରେ ନବରଙ୍ଗପୁରରେ ଜନସଭାକୁ ସମ୍ୱୋଧିତ କରିବେ। ୬ ତାରିଖ ଦିନ ୧୦ଟାରେ ବ୍ରହ୍ମପୁର କନିଷିରେ ଆୟୋଜିତ ଜନସମାବେଶରେ ପ୍ରଧାନମନ୍ତ୍ରୀ ଉଦ୍‌ବୋଧନ ଦେବେ।

Advertisment

ବ୍ରହ୍ମପୁର ଓ ଆସିକା ଲୋକସଭା ଆସନ ସହିତ ଏହା ଅଧୀନରେ ଥିବା ସମସ୍ତ ବିଧାନସଭା ଆସନକୁ ବିଜେପି ଫୋକସ୍‌ କରୁଛି। ଏଠାରେ ଜିତିବା ସମ୍ଭାବନା ଥିବାରୁ ନଡ୍ଡାଙ୍କ ପରେ ମୋଦି ନିର୍ବାଚନ ପ୍ରଚାର ପାଇଁ ଆସୁଛନ୍ତି। ପ୍ରଧାନମନ୍ତ୍ରୀ ୧୧ତାରିଖରେ ପୁଣି ଓଡ଼ିଶାକୁ ପ୍ରଚାରରେ ଆସିବାର କାର୍ଯ୍ୟକ୍ରମ ରହିଛି।

ସୂଚନା ଅନୁଯାୟୀ ନିର୍ବାଚନ ପ୍ରଚାର ପାଇଁ ଗତ ଏପ୍ରିଲ୍‌ ୨୫ରେ ସୋନପୁର ଆସିଥିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଓଡ଼ିଶା ବିଜେପିର ନିର୍ବାଚନୀ ପ୍ରଚାର ଶୁଭାରମ୍ଭ କରି, ବିଜୟ ସଂକଳ୍ପ ସମାବେଶରେ ବାରମ୍ବାର ନବୀନଙ୍କ ନାଁ ନେଇ ନିଶାନା ସାଧିଥିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଓଡ଼ିଆ ଅସ୍ମିତାଠୁ ନେଇ ଅଫିସର ମାଧ୍ୟମରେ ଭ୍ରଷ୍ଟାଚାର, କେନ୍ଦ୍ରୀୟ ଯୋଜନାର ହାଇଜାକିଂ, ଦାଦନ, ରାମ ମନ୍ଦିର ଆଦି ପ୍ରସଙ୍ଗ ଉଠାଇ ବର୍ଷିଥିଲେ ଶାହ। ତେବେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଚାର କେମିତି ରହିବ ଓ ରାଜ୍ୟ ବିଜେପିକୁ କଣ ଗୁରୁମନ୍ତ୍ର ଦେଉଛନ୍ତି ତାହା ଦେଖିବାକୁ ବାକି ରହିଲା ।

Advertisment
BJP Odisha Politics General Elections 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ