Advertisment

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ

୯୩ ବର୍ଷ ବୟସରେ ଭୁବନେଶ୍ୱର ସ୍ଥିତ ବାସଭବନରେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ଦେହାନ୍ତ ହୋଇଛି।

ଅଦ୍ୟତନ ହୋଇଛି
Former BJD Minister Surendranath Naik passes away at 93

Surendranath Naik

Advertisment

କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ଦେହାନ୍ତ। ୯୩ ବର୍ଷ ବୟସରେ ଭୁବନେଶ୍ୱର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଦିନରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ ସୁରେନ୍ଦ୍ରନାଥ। ବିଧାନସଭା ପରିସରକୁ ସୁରେନ୍ଦ୍ରନାଥଙ୍କ ମରଶରୀରକୁ ନିଆଯାଇଥିଲା। ସେଠାରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଉପସ୍ଥିତ ରହି ମରଶରୀରରେ ପୁଷ୍ମମାଲ୍ୟା ଅର୍ପଣ କରିଥିଲେ।

Advertisment

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଘନିଷ୍ଠ ସହଯୋଗୀ ଥିଲେ ସୁରେନ୍ଦ୍ରନାଥ। ଏମିତିକି କାକଟପୁରରୁ ୭ ଥର ବିଧାୟକ ଭାବେ ସେ ଜିତିଥିଲେ । ୧୯୬୦ ମସିହାରେ ଅସ୍ତରଙ୍ଗ ପଞ୍ଚାୟତ ସମିତି ଅଧ୍ୟକ୍ଷ ଭାବେ ନିଜର ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ ସୁରେନ୍ଦ୍ରନାଥ। ୧୯୭୧ରେ ସେ ପ୍ରଥମେ ଉତ୍କଳ କଂଗ୍ରେସ ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

ପରେ ୧୯୭୭, ୧୯୮୫, ୧୯୯୦, ୧୯୯୫ ଉପନିର୍ବାଚନ, ୨୦୦୦ ଓ ୨୦୦୪ ନିର୍ବାଚନରେ ଜିତି ବିଧାନସଭାକୁ ଆସିଥିଲେ। ୧୯୭୭ରୁ ୧୯୮୦ ପର୍ଯ୍ୟନ୍ତ ସେ ବିଧାନସଭାର ଉପବାଚସ୍ପତି ଥିଲେ। ୧୯୯୦ରେ ବିଜୁବାବୁଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ ସେ ରାଜସ୍ୱ ଓ ଅବକାରୀ ମନ୍ତ୍ରୀଭାବେ କାର୍ଯ୍ୟ କରିଥିଲେ। ୨୦୦୨ରୁ ୨୦୦୪ ପର୍ଯ୍ୟନ୍ତ ସେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଥିଲେ। ୨୦୦୪ରେ କୃଷି ମନ୍ତ୍ରୀ ହୋଇଥିଲେ। ୨୦୧୨ରେ ସେ ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ହୋଇଥିଲେ। ଜରୁରୀକାଳୀନ ପରିସ୍ଥିତି ସମୟରେ ସେ କାରାବରଣ କରିଥିଲେ।

Advertisment

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରକାଶ କରିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା ସହ ଶୋକ ସଂତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି। ତାଙ୍କ ମୃତ୍ୟୁରେ ସବୁଠି ଶୋକ ପ୍ରକାଶ ପାଇଛି। ସେହିପରି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି।

Advertisment

ସୁରେନ୍ଦ୍ରନାଥ ନାୟକଙ୍କ ମୃତଦେହକୁ ଭୁବନେଶ୍ୱରସ୍ଥିତ ଘରୁ ପ୍ରଥମେ ଅଶୋକ ନଗର ନିଆଯିବ। ସେଠାରେ ସେ ନିଜ ରାଜନୈତିକ କାର୍ଯ୍ୟକ୍ରମ କରୁଥିଲେ। ଏହାପରେ ସେଠାରୁ ମରଶରୀରକୁ ବିଧାନସଭା ଓ ପରେ ସଚିବାଳୟ ନିଆଯିବ। ସେଠାରେ ଉପସ୍ଥିତ ଲୋକେ ସୁରେନ୍ଦ୍ରନାଥ ନାୟକଙ୍କ ଶେଷ ଦର୍ଶନ କରିବେ।

ଏହାପରେ ତାଙ୍କ ମର ଶରୀରକୁ ପିପିଲି ଦେଇ ନିମାପଡ଼ା, ଗୋପ, କୋଣାର୍କ, କାକଟପୁର, ଅସ୍ତରଙ୍ଗ ନିଆଯିବ। ସେଠାରେ ସମର୍ଥକମାନେ ନିଜ ପ୍ରିୟ ନେତାଙ୍କୁ ଶେଷ ଥର ପାଇଁ ଦେଖିବେ। ଏହାପରେ ସେଠାରୁ ମୃତଦେହକୁ ନିଜ ପୈତୃକ ଗାଁ ଅଣକଣାକୁ ନେଇ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରିବେ ପରିବାର ସଦସ୍ୟ।

BJD Passes Away
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ