/odishatv-khabar/media/post_attachments/uploadimage/library/16_9/16_9_0/IMAGE_1705735217.jpg)
Jaynarayan Mohanty
ବାଲେଶ୍ୱର ଜିଲ୍ଲା ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ ହୋଇଛି । ଭୁବନେଶ୍ୱର ଏମସରେ ୭୪ ବର୍ଷ ବୟସରେ ଦେହାନ୍ତ ହୋଇଛି । ଦୀର୍ଘ ଦିନ ହେଲା ବିଭିନ୍ନ ଜଟିଳ ରୋଗରେ ପୀଡ଼ିତ ଥିଲେ ଜୟନାରାୟଣ । ସେ ଜଳେଶ୍ୱରରୁ କ୍ରମାଗତ ୨ ଥର କଂଗ୍ରେସ ବିଧାୟକ ଥିଲେ ।
Advertisment
ଜୟନାରାୟଣ ଦୀର୍ଘ ଦିନ ହେଲା ବିଭିନ୍ନ ରୋଗରେ ପୀଡ଼ିତ ଥିଲେ । ଗତ ୨୮ ତାରିଖରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।
ସେ ଜଳେଶ୍ୱରରୁ କ୍ରମାଗତ ୨ ଥର କଂଗ୍ରେସ ବିଧାୟକ ଥିଲେ। ସେ ଜଣେ କଂଗ୍ରେସର ଟାଣୁ ନେତା ଥିଲେ । ପରବର୍ତ୍ତୀ ସମୟରେ ୨୦୧୯ରେ ସେ ବିଜେପିରେ ସାମିଲ ହୋଇଥିଲେ । ଜଳେଶ୍ୱର ନିର୍ବାଚନ ମଣ୍ଡଳୀରୁ ସେ ବିଜେପରୁ ପ୍ରାର୍ଥୀ ହୋଇଥିଲେ । ୧୯୪୮ ମସିହାରେ ଜୟନାରାୟଣ ମହାନ୍ତି ଜନ୍ମଗ୍ରହଣ କରିଥିଲେ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)