ପରଲୋକରେ ପୂର୍ବତନ ବିଧାୟକ ଅରୁଣ ଦେ

ବାଲେଶ୍ୱରରୁ ୫ ଥର ବିଧାୟକ ଭାବେ ଅରୁଣ ନିର୍ବାଚିତ ହୋଇଥିଲେ। ୩ଥର ଏନସିପିରୁ, ଥରେ ଓଜିପିରୁ ଓ ଥରେ ସ୍ୱାଧୀନ ଭାବେ ସେ ଜିତିଥିଲେ।

Veteran Politician Arun dey

ଭୁବନେଶ୍ୱର: ପରଲୋକରେ ପୂର୍ବତନ ବିଧାୟକ ଅରୁଣ ଦେ। ଭୁବନେଶ୍ୱର ଆମ୍ରି ହସ୍ପିଟାଲରେ ସଂଧ୍ୟା ୭ଟା ୨୦ରେ ପରଲୋକ ହୋଇଥିବା ନେଇ ସୂଚନା ଆସୁଛି।  ପରଲୋକ ନେଇ ଆମ୍ରି ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସୂଚନା ଦିଆଯାଇଛି। ବାଲେଶ୍ୱରରୁ ୫ ଥର ବିଧାୟକ ଭାବେ ଅରୁଣ ନିର୍ବାଚିତ ହୋଇଥିଲେ। ୩ଥର ସିପିଆଇରୁ, ଥରେ ଓଜିପିରୁ ଓ ଥରେ ସ୍ୱାଧୀନ ଭାବେ ସେ ଜିତିଥିଲେ।

ସେ ଓଡ଼ିଶା ରାଜନୀତିରେ ପ୍ରଥମେ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ ଏବଂ ପରେ ଓଡ଼ିଶା ଗଣ ପରିଷଦରେ ଯୋଗ ଦେଇଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୭୪, ୧୯୮୦ ଓ ୧୯୯୦ ମସିହାରେ ସେ ସିପିଆଇର ପ୍ରାର୍ଥୀ ଭାବରେ, ୧୯୯୫ ମସିହାରେ ସ୍ୱାଧୀନ ପ୍ରାର୍ଥୀ ଭାବରେ ଏବଂ ୨୦୦୪ ମସିହାରେ ଓଡ଼ିଶା ଗଣ ପରିଷଦର ପ୍ରାର୍ଥୀ ଭାବରେ ସେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ  ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଅରୁଣ ୧୯୭୧ ମସିହାରେ କମ୍ୟୁନିଷ୍ଟ ପାର୍ଟିରେ ଯୋଗ ଦେଇଥିଲେ ଏବଂ ୧୯୯୪ ମସିହାଯାଏଁ ସେ ଏହି ଦଳର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ଅରୁଣ ଓଡ଼ିଶା ବିଧାନ ସଭାରେ ୫ଥର ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି । ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଅରୁଣ ସିପିଆଇର ପ୍ରାର୍ଥୀ ଭାବରେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୭୪ ମସିହାରୁ ୧୯୭୭ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ଏହାପରେ ପୁନର୍ବାର ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୯୮୦, ୧୯୯୦ ମସିହାରେ ସିପିଆଇର ପ୍ରାର୍ଥୀ ଭାବରେ, ୧୯୯୫ ମସିହାରେ ସ୍ୱାଧୀନ ଭାବରେ ଏବଂ ୨୦୦୪ ମସିହାରେ ଓଡ଼ିଶା ଗଣ ପରିଷଦର ପ୍ରାର୍ଥୀ ଭାବରେ ସେ ଯଥାକ୍ରମେ ୮ମ, ୧୦ମ, ୧୧ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।