Advertisment

୮୭ ବର୍ଷ ବୟସରେ ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଚେନ୍ନାଇ ଯାଇ ସ୍ବାସ୍ଥ୍ୟାବସ୍ଥା ବୁଝିିଥିଲେ। ରାଣୀଙ୍କ ବିୟୋଗରେ ରାଜ୍ୟ ରାଜନୀତି ମହଲରେ ଶୋକର ଛୋୟା ଖେଳିଯାଇଛି ।

ଅଦ୍ୟତନ ହୋଇଛି
V. Sugnana Kumari Deo

V. Sugnana Kumari Deo

Advertisment

ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ। ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି। ରାତି ୧୨ଟା ୪୪ ମିନିଟରେ ୮୭ ବର୍ଷ ବୟସରେ ପରଲୋକ ହୋଇଛି। ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ୧୦ ଥର ବିଧାୟିକା ହୋଇଛନ୍ତି ସୁଜ୍ଞାନ କୁମାରୀ। ଖଲ୍ଲିକୋଟ ନିର୍ବାଚନମଣ୍ଡଳୀରୁ ୮ଥର ଓ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀରୁ ୨ଥର ବିଧାୟିକା ଥିଲେ।

Advertisment

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଚେନ୍ନାଇ ଯାଇ ସ୍ବାସ୍ଥ୍ୟାବସ୍ଥା ବୁଝିିଥିଲେ। ରାଣୀଙ୍କ ବିୟୋଗରେ ରାଜ୍ୟ ରାଜନୀତି ମହଲରେ ଶୋକର ଛୋୟା ଖେଳିଯାଇଛି ।

ଭି.ସୁଜ୍ଞାନ କୁମାରୀ ଦେଓ। କେବଳ ଯେ ବିଧାୟିକା ଥିଲେ ତା ନୁହେଁ, ସମାଜସେବୀ ଓ କୃଷିଜୀବି ଭାବେ ବି ଥିଲା ତାଙ୍କ ସ୍ବତନ୍ତ୍ର ପରିଚୟ। ୧୯୩୭ ମସିହା ଅଗଷ୍ଟ ୫ରେ ଗଞ୍ଜାମରେ ଜନ୍ମଗ୍ରହଣ କରିଥିଲେ ସୁଜ୍ଞାନ କୁମାରୀ। ବାପାଙ୍କ ନାମ ରାଜା ଆର.ଭି.ଏମ୍ ନିଳାଦ୍ରୀ ଦେଓ ଏବଂ ସ୍ୱାମୀଙ୍କ ନାଁ ପୂର୍ଣ୍ଣଚନ୍ଦ୍ର ମର୍ଦ୍ଦରାଜ ଦେଓ। ୧୯୭୪, ୧୯୭୭, ୧୯୮୫, ୧୯୯୦, ୧୦୯୫, ୨୦୦୦, ୨୦୦୪, ୨୦୦୯ ଓ ୨୦୧୪ରେ ବିଧାୟିକା ନିର୍ବାଚିତ ହୋଇଛନ୍ତି ସୁଜ୍ଞାନୀ।

Advertisment

ପ୍ରଥମ ଥର ପାଇଁ ସେ ୧୯୬୧-୬୭ ପର୍ଯ୍ୟନ୍ତ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଟିକଟରେ ବିଧାୟିକା ବନିଥିଲେ। ଦ୍ୱିତୀୟ ଥର ପାଇଁ ଉତ୍କଳ କଂଗ୍ରେସ ତରଫରୁ ୧୯୭୪-୧୯୭୭ ପର୍ଯ୍ୟନ୍ତ ବନିଥିଲେ ବିଧାୟିକା। ତୃତୀୟ ଥର ପାଇଁ ଜନତା ଟିକଟରେ ବିଜୟ ଲାଭ କରି ୧୯୭୭-୧୯୮୦ ପର୍ଯ୍ୟନ୍ତ ଖଲ୍ଲିକୋଟର ବିଧାୟିକା ହୋଇଥିଲେ ସୁଜ୍ଞାନ। ଏହାପରେ ଜନତା ପାର୍ଟିରୁ ୧୯୮୫-୧୯୯୦ ଯାଏଁ ଚତୁର୍ଥ ଥର ପାଇଁ ବନିଥିଲେ ବିଧାୟିକା। ସେ ୧୯୯୦-୯୫ ପର୍ଯ୍ୟନ୍ତ ଜନତା ଦଳ ତରଫରୁ ଖଲ୍ଲିକୋଟରୁ ପଞ୍ଚମ ଥର ଲାଗି ନିର୍ବାଚିତ ହୋଇଥିଲେ ସୁଜ୍ଞାନ ।

ସେ ୧୯୯୫-୨୦୦୦ ପର୍ଯ୍ୟନ୍ତ ପୁଣି ଥରେ ଜନତା ଦଳ ତରଫରୁ ନିର୍ବାଚନ ଲଢି ବିଧାୟିକା ହୋଇଥିଲେ। କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରୁ ବିଜୁ ଜନତା ଦଳ ତରଫରୁ ୨୦୦୯ରୁ ୨୦୧୪ ଏବଂ ୨୦୧୪ରୁ ୨୦୧୯ ଯାଏଁ ବିଧାୟିକା ଭାବେ ନିର୍ବାଚିତ ହୋଇଛନ୍ତି ସୁଜ୍ଞାନ। ଏହାସହ ସେ ବିଧାନସଭାର ବିଭିନ୍ନ କମିଟିରେ ସଦସ୍ୟ ରହିଆସିଥିଲେ। କିନ୍ତୁ ସେ କେବେ ମନ୍ତ୍ରୀ ହେବା ପାଇଁ ଆଗ୍ରହ ପ୍ରକାଶ କରିନଥିଲେ।

Advertisment

BJD BJP Congress Odisha Politics
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ