Advertisment

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ପାତ୍ର ହସ୍ପିଟାଲ୍‌ରେ ଭର୍ତ୍ତି, ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅସୁସ୍ଥ ଥିବା ସୂଚନା ମିଳିଛ। ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଟ୍ୱିଟ୍‌ କରି ସୂର୍ଯ୍ୟ ପାତ୍ରଙ୍କ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Former Odisha Assembly Speaker Surya Narayan Patro Hospitalised

Former Odisha Assembly Speaker Surya Narayan Patro Hospitalised

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅସୁସ୍ଥ ଥିବା ସୂଚନା ମିଳିଛ। ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ସୂର୍ଯ୍ୟ ପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Advertisment

ଟ୍ୱିଟ୍‌ କରି ସୂର୍ଯ୍ୟ ପାତ୍ରଙ୍କ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଟ୍ୱିଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ପୂର୍ବତନ ବାଚସ୍ପତି ତଥା ଦଳର ବରିଷ୍ଠ ନେତା ଶ୍ରୀଯୁକ୍ତ ସୂର୍ଯ୍ୟ ନାରାୟଣ ପାତ୍ର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିଷୟରେ ଅବଗତ ହେଲି। ତାଙ୍କର ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।’

Advertisment

ଆଜି ନବୀନଙ୍କ ନୂଆ ଟିମ୍ ଶପଥ ଗ୍ରହଣ କରିଛନ୍ତି। ପୁରା ମନ୍ତ୍ରିମଣ୍ଡଳର ନବକଳେବର ହୋଇଛି। ମୋଟ୍ ୨୧ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩ ଜଣଙ୍କୁ କ୍ୟାବିନେଟ୍ ଓ ୮ ଜଣଙ୍କୁ ସ୍ୱାଧୀନ ରାଷ୍ଟ୍ର ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଛି। ତେବେ ନୂଆ ମନ୍ତ୍ରିମଣ୍ଡଳ ଗଠନ ପୂର୍ବରୁ ବାଚସ୍ପତି ପଦରୁ ସୂର୍ଯ୍ୟ ନାରାୟଣ ପାତ୍ର ଇସ୍ତଫା ଦେଇଥିଲେ। ସ୍ୱାସ୍ଥ୍ୟଗତ କାରଣରୁ ସେ ଇସ୍ତଫା ଦେଇଥିବା ତାଙ୍କ ପୁଅ ବିପ୍ଲବ ପାତ୍ର ସୂଚନା ଦେଇଛନ୍ତି।

ସୂର୍ଯ୍ୟ ନାରାୟଣ ପାତ୍ରଙ୍କର ଗୁରୁତର କିଡନୀ ସମସ୍ୟା ସହ ବାମ ଆଖିରେ ସଂକ୍ରମଣ ହୋଇଛି। ଏଥିପାଇଁ ଗତ ୧୪ ଦିନ ଧରି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହେବା ସହ ତାଙ୍କର ଚିକିତ୍ସା ଚାଲିଛି।  ତେଣୁ ସେ ଆଗାମୀ ଦିନରେ କୌଣସି ସରକାରୀ ଦାୟିତ୍ୱରେ ରହିବେ ନାହିଁ ବୋଲି ନିଜ ଆଡୁ ଜଣାଇ ଦେଇଥିବା ତାଙ୍କ ପୁଅ ସୂଚନା ଦେଇଛନ୍ତି। 

CM Naveen Patnaik Surya Narayan Patro Former Odisha Assembly Speaker
Advertisment
Advertisment