/odishatv-khabar/media/post_attachments/uploadimage/library/16_9/16_9_0/IMAGE_1641869377.jpeg)
Former Odisha Minister Duryodhan Majhi Passes Away
ଭୁବନେଶ୍ୱର: ପୂର୍ତତନ ମନ୍ତ୍ରୀ ତଥା ନୂଆପଡା ଜିଲ୍ଲାର ବରିଷ୍ଠ ରାଜନେତା ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ ହୋଇଛି। ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ପୁଅ କୃଷ୍ଣସିଂହ ମାଝୀଙ୍କ ସୂଚନା ଦେଇଛନ୍ତି।
ଗତ ରାତିରେ ଶୋଇଥିବା ସମୟରେ ହଠାତ୍ ଅସୁସ୍ଥତା ଅନୁଭବ କରିଥିଲେ। ଏହାପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିବା ବେଳେ ସେଠାରେ ରାତି ପ୍ରାୟ ୩ଟାରେ ତାଙ୍କ ପରଲୋକ ହୋଇଛି।
ଖଡ଼ିଆଳ ନିର୍ବାଚନ ମଣ୍ଡଳୀରୁ ଦୁର୍ଯ୍ୟୋଧନ ମାଝୀ ୫ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ରାଜ୍ୟର ସ୍ୱାସ୍ଥ୍ୟ ମନ୍ତ୍ରୀ ଭାବେ ମଧ୍ୟ ସେ କାର୍ଯ୍ୟ ତୁଲାଇଥିଲେ।
ବରିଷ୍ଠ ରାଜନେତା, ପୂର୍ବତନ ବିଧାୟକ, ଓଡ଼ିଶା ସରକାରରେ ପୂର୍ବତନ ମନ୍ତ୍ରୀ ତଥା ଆମର ପାରିବାରିକ ବନ୍ଧୁ ଶ୍ରୀଯୁକ୍ତ ଦୁର୍ଯ୍ୟୋଧନ ମାଝୀଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ ।
ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ।
ଓଁ ଶାନ୍ତି 🙏🙏@PandaJaypic.twitter.com/7c4z9TfrfH— Baijayant Panda Odia (@Panda_Odia) January 11, 2022
ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ ଖବର ଜଣାପଡ଼ିବା ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି। ତାଙ୍କ ମୃତଦେହ ଆଜି ଜନ୍ମମାଟିକୁ ନିଆଯିବା ପରେ ଆସନ୍ତାକାଲି ଶେଷକୃତ ସମ୍ପନ୍ନ ହେବ ବୋଲି ସୂଚନା ମିଳିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)