ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ଯୁଧିଷ୍ଠିରଙ୍କ ପରଲୋକ ନେଇ ତାଙ୍କ ଭାଇ ସୂଚନା ଦେଇଛନ୍ତି ।
୧୯୯୫ ରୁ ୨୦୦୦ ପର୍ଯ୍ୟନ୍ତ ପିପିଲିର ବିଧାୟକ ଥିଲେ ଯୁଧିଷ୍ଠିର । ୧୯୮୪ ରୁ ୧୯୯୦ ପର୍ଯ୍ୟନ୍ତ ସେ ପିପିଲି ବ୍ଲକ୍ର ଚେୟାରମ୍ୟାନ ଥିଲେ ।