Advertisment

ପଛୁଆବର୍ଗଙ୍କ ପାଇଁ ୪ ଜିଲ୍ଲା ଅଧ୍ୟକ୍ଷ ପଦ ସଂରକ୍ଷିତ

୧୯୯୧ ମସିହା ଓଡ଼ିଶା ଜିଲ୍ଲା ପରିଷଦ ଅଧିନିୟମର ଧାରା ୮ ଅନ୍ତର୍ଗତ ଉପଧାରା(୩)ରେ ଦିଆଯାଇଥିବା କ୍ଷମତା ବଳରେ ଜିଲ୍ଲା ପରିଷଦମାନଙ୍କରେ ଅଧ୍ୟକ୍ଷ ପଦବୀ ନିମନ୍ତେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ପଛୁଆ ବର୍ଗ ଓ ମହିଳାମାନଙ୍କ ପାଇଁ ସଂରକ୍ଷଣ କରିବା ନିମନ୍ତେ ରାଜ୍ୟ ସରକାର ଯେଉଁ ପ୍ରସ୍ତାବ କରିଛନ୍ତି, ତାହାର ଏକ କିତା ଚିଠା ଉକ୍ତ ଧାରାର ଉପଧାରା(୪) ଅନୁସାରେ ପ୍ରକାଶ କରାଯାଇଛି।

ପଛୁଆବର୍ଗଙ୍କୁ ୪ ଜିଲ୍ଲା

ପଛୁଆବର୍ଗଙ୍କୁ ୪ ଜିଲ୍ଲା

Advertisment

ଭୁବନେଶ୍ୱର: ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ସଂରକ୍ଷଣ ନେଇ ଚିଠା ବିଜ୍ଞପ୍ତି ପ୍ରକାଶ ହୋଇଛି। ୩୦ ଜିଲ୍ଲା ମଧ୍ୟରୁ ପଛୁଆବର୍ଗଙ୍କ ପାଇଁ ୪ ଜିଲ୍ଲା ଅଧ୍ୟକ୍ଷ ପଦ ସଂରକ୍ଷିତ ରହିଛି। ଅନୁଗୁଳ, କେନ୍ଦୁଝର, ଖୋର୍ଦ୍ଧା, ଗଜପତି ଜିଲ୍ଲାରେ ଅଧ୍ୟକ୍ଷ ପଦ ପଛୁଆବର୍ଗଙ୍କ ପାଇଁ ସଂରକ୍ଷିତ ରହିଛି। ତେବେ ୧୨ ଜିଲ୍ଲା ପାଇଁ ଅଧ୍ୟକ୍ଷ ପଦ ଅଣ ସଂରକ୍ଷିତ ରହିଥିବା ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି।

Advertisment

କଳାହାଣ୍ଡି, କେନ୍ଦ୍ରାପଡ଼ା, ଗଂଜାମ, ଝାରସୁଗୁଡ଼ା, ଢେଙ୍କାନାଳ, ଦେବଗଡ଼, ନୂଆପଡ଼ା, ପୁରୀ, ବରଗଡ଼, ବଲାଙ୍ଗିର, ବୌଦ୍ଧ ଏବଂ ସମ୍ବଲପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଅଣସଂରକ୍ଷିତ ରଖାଯାଇଛି। ତେବେ କଟକ, ଜଗତସିଂହପୁର, ଯାଜପୁର ଓ ଭଦ୍ରକ ଜିଲ୍ଲାର ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ SC ପାଇଁ ସଂରକ୍ଷିତ ରଖାଯାଇଛି। ଏ ନେଇ ପଞ୍ଚାୟତିରାଜ୍ ବିଭାଗ ପକ୍ଷରୁ ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି।

୧୯୯୧ ମସିହା ଓଡ଼ିଶା ଜିଲ୍ଲା ପରିଷଦ ଅଧିନିୟମର ଧାରା ୮ ଅନ୍ତର୍ଗତ ଉପଧାରା(୩)ରେ ଦିଆଯାଇଥିବା କ୍ଷମତା ବଳରେ ଜିଲ୍ଲା ପରିଷଦମାନଙ୍କରେ ଅଧ୍ୟକ୍ଷ ପଦବୀ ନିମନ୍ତେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ପଛୁଆ ବର୍ଗ ଓ ମହିଳାମାନଙ୍କ ପାଇଁ ସଂରକ୍ଷଣ କରିବା ନିମନ୍ତେ ରାଜ୍ୟ ସରକାର ଯେଉଁ ପ୍ରସ୍ତାବ କରିଛନ୍ତି, ତାହାର ଏକ କିତା ଚିଠା ଉକ୍ତ ଧାରାର ଉପଧାରା(୪) ଅନୁସାରେ ପ୍ରକାଶ କରାଯାଇଛି।

Advertisment

ଏହା ପ୍ରକାଶିତ ହେବାର ଦିନଠାରୁ ୧୦ ଦିନ ମଧ୍ୟରେ ସର୍ବସାଧାରଣଙ୍କଠାରୁ ଅଭିଯୋଗ କିମ୍ୱା ପରାମର୍ଶ ଆହ୍ୱାନ କରାଯାଉଛି। ସର୍ବସାଧାରଣ ସେମାନଙ୍କ ଅଭିଯୋଗ ବା ପରାମର୍ଶ ଇ-ମେଲ୍‌(dir-pr.od@gov.in/prsec.or@nic.in) ମାଧ୍ୟମରେ ଦାଖଲ କରିପାରିବେ।

Odisha Odisha Panchayat Elections Zilla Parishad Reservation
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ