/odishatv-khabar/media/post_attachments/uploadimage/library/16_9/16_9_0/IMAGE_1686319174.jpg)
Bishnupada Sethi
ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ପରେ ହଟିଲେ ସଚିବ । ଉଚ୍ଚଶିକ୍ଷା ସଚିବ ପଦରୁ ବିଷ୍ଣୁପଦ ସେଠୀଙ୍କ ବଦଳି କରିଛନ୍ତି ସରକାର । ସାଧାରଣ ପ୍ରଶାସନ ବିଭାଗର ଓଏସ୍ଡି ହେଲେ ବିଷ୍ଣୁପଦ ସେଠୀ । କିଛି ସମୟ ତଳେ ଉଚ୍ଚଶିକ୍ଷାମନ୍ତ୍ରୀ ପଦରୁ ରୋହିତ ପୂଜାରୀ ବାଦ୍ ପଡ଼ିଥିଲେ । ଆଇଏଏସ୍ ଅରବିନ୍ଦ ଅଗ୍ରୱାଲଙ୍କୁ ଉଚ୍ଚଶିକ୍ଷା ବିଭାଗ ସଚିବ ଦାୟିତ୍ୱ ଦିଆଯାଇଛି । OHPC ଅଧ୍ୟକ୍ଷ ପଦରୁ ମଧ୍ୟ ହଟିଲେ ବିଷ୍ଣୁ । ବିଶାଲ ଦେବ ହେଲେ OHPC ଅଧ୍ୟକ୍ଷ ।
ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ । ମନ୍ତ୍ରିମଣ୍ଡଳରୁ ବାଦ୍ ଦେବାକୁ ରାଜ୍ୟପାଳଙ୍କୁ ସୁପାରିସ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଚ୍ଚ ଶିକ୍ଷା ବିଭାଗର ଖରାପ ପ୍ରଦର୍ଶନ ପାଇଁ ବାଦ୍ ପଡ଼ିଥିବା ସୂଚନା ମିଳିଛି । ବାର୍ଷିକ ସମୀକ୍ଷାରେ ଖରାପ ପ୍ରଦର୍ଶନ ପାଇଁ ବାଦ୍ ପଡ଼ିଥିବା ସୂଚନା ମିଳିଛି । ଅତନୁ ସବ୍ୟସାଚୀଙ୍କୁ ଉଚ୍ଚଶିକ୍ଷା ବିଭାଗ ଦାୟିତ୍ୱ ଦିଆୟାଇଛି । ରୋହିତ ପୂଜାରୀଙ୍କୁ ବାଦ୍ ପରେ ଅତନୁଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଅତନୁ ଏବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅଛନ୍ତି ।
‘୬୦ ବର୍ଷ’ ମନ୍ତବ୍ୟ ପାଇଁ ବିବାଦୀୟ ଥିଲେ ରୋହିତ । ୬୦ ବର୍ଷରୁ ଅଧିକ ରାଜନୀତିରୁ ଅବସର ନେବା ଉଚିତ ବୋଲି ସେ କହିଥିଲେ। ୨୦୨୨ରେ ତାଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରାଯାଇଥିଲା। ୫ ଜୁନ୍ ୨୦୨୨ରେ ସେ ମନ୍ତ୍ରୀ ଭାବେ ଶପଥ ନେଇଥିଲେ। କିଛି ଦିନ ତଳେ ହୋଇଥିବା ମନ୍ତ୍ରିମଣ୍ଡଳ ଅଦଳବଦଳ ପରେ ବି ସେ ମନ୍ତ୍ରୀ ଦାୟିତ୍ୱରେ ଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)