‘ଯେତେ ପର୍ଯ୍ୟନ୍ତ ପାଣ୍ଡିଆନ ଥିବେ, ସେ ପର୍ଯ୍ୟନ୍ତ ବିଜେଡି ଆସିବନି’

ପ୍ରସନ୍ନ ପାଟ୍ଟଶାଣୀ ଆହୁରି କହିଛନ୍ତି ଯେ, ନବୀନଙ୍କ ପ୍ରତି ମୋର ଦୁର୍ବଳତା ଅଛି, କିନ୍ତୁ ପାଣ୍ଡିଆନ ଯୋଗୁଁ ଆମର ଲୋକପ୍ରିୟ ସରକାର ଚାଲିଗଲା ।

prasanna patasani

ବିଜେଡି ପରାଜୟକୁ ନେଇ ପୂର୍ବତନ ସାଂସଦ ପ୍ରସନ୍ନ ପଟ୍ଟଶାଣୀଙ୍କ ବଡ଼ ବୟାନ । ଅମର ଶତପଥୀଙ୍କ ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ । କହିଲେ ମୁଁ ବିଜେଡି ଲୋକ । ମୋ ଜନ୍ମ ଜାତକରେ ମୋ ନା ପଢିବେ। ଦଳ ଗଢିକି ଦଳ ଛାଡିଲା ବେଳେ ବଡ଼ ଦୁଃଖ ଲାଗେ । ମୁଁ କେବେ ବି ଦଳ ଛାଡ଼ିକି ଆସିନଥାନ୍ତି । ଅମର ଶତପଥି ଯାହା କହିଛନ୍ତି କିଛି ତ ଖରାପ କହିନାହାନ୍ତି । ଯେତେ ପର୍ଯ୍ୟନ୍ତ ପାଣ୍ଡିଆନ ଥିବେ ସେ ପର୍ଯ୍ୟନ୍ତ ବିଜେଡି ଆସିବ ନାହିଁ । ମୁଁ ପାଣ୍ଡିଆନଙ୍କ ପାଇଁ ବିଜେଡି ଛାଡ଼ିଲି ବୋଲି ପ୍ରସନ୍ନ ପାଟ୍ଟଶାଣୀ କହିଛନ୍ତି।

ଅଧିକ ପଢ଼ନ୍ତୁ: ଅମରଙ୍କ ଅସ୍ତ୍ରରେ ଘାଇଲା ବିଜେଡି; ମେଲୁଛି ଫାଟ, ମୁହାଁମୁହିଁ ହେଉଛନ୍ତି ନେତା

ସେ ଆହୁରି କହିଛନ୍ତି ଯେ, ନବୀନଙ୍କ ପ୍ରତି ମୋର ଦୁର୍ବଳତା ଅଛି କିନ୍ତୁ ପାଣ୍ଡିଆନ ଯୋଗୁଁ ଆମର ଲୋକପ୍ରିୟ ସରକାର ଚାଲିଗଲା । ବିଜେଡିରେ ତ କେହି ନବୀନଙ୍କ ବିରୋଧରେ କହୁ ନାହାନ୍ତି । ପାଣ୍ଡିଆନଙ୍କୁ କାହିଁକି କହୁଛନ୍ତି । ରାଜନୀତି କରିବା ପାଇଁ ବହୁତ ଭଲ ଭଲ ଲୋକ ଅଛନ୍ତି । ପାଣ୍ଡିଆନ ପଛରେ ଧାଇଁଲେ କ’ଣ ହେବ । ଲୋକ ମାନେ ଯେଉଁ ଦଳକୁ ଫୋପାଡି ଦେଲେ ସେ ଦଳର କ’ଣ ହେବ ବୋଲି ସେ କହିଛନ୍ତି ।