Advertisment

Naba Das Murder: ଖୋଲିବ କି ଗୁମର; ନବ ଦାସଙ୍କ ଘରେ ୨ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌

ନବ ଦାସ ମାମଲାର ସିବିଆଇ ତଦନ୍ତ ପାଇଁ ଲିଖିତ ଆବେଦନ କରିବାକୁ ଚାହୁଁଛନ୍ତି ନବ ଦାସଙ୍କ ପରିବାର । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଇ-ମେଲ୍ କରିଛନ୍ତି ନବଙ୍କ ପତ୍ନୀ ମିନତୀ ଦାସ ।

author-image
Tapaswini Nayak
ଅଦ୍ୟତନ ହୋଇଛି
Naba das

Naba das

  ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଖୋଲିବ କି ଗୁମର। ନବଙ୍କ ଘରେ ଆଜି ସକାଳେ ପହଞ୍ଚିଛନ୍ତି ୨ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌। ନୂଆ ତଦନ୍ତ ଅଧିକାରୀ ଓ ଜଣେ ମହିଳା ଅଧିକାରୀ ନବଙ୍କ ଝାରସୁଗୁଡ଼ା ସ୍ଥିତ ବାସଭବନରେ ପହଞ୍ଚିଛନ୍ତି।  ନବ ଦାସଙ୍କ ପତ୍ନୀ ମିନତୀ ଦାସ ଓ ତାଙ୍କ ଝିଅ ଦୀପାଳି ଦାସ ଓ ପୁଅ ବିଶାଲ ଦାସଙ୍କ ବୟାନ ରେକର୍ଡ ପାଇଁ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚିଥିବା ଜଣାଯାଇଛି। ନବ ଦାସଙ୍କ ଘରେ କ୍ରାଇମବ୍ରାଞ୍ଚ ଟିମତ ପହଞ୍ଚି ପରିବାର ଲୋକଙ୍କୁ ପଚରାଉଚରା କରୁଥିବା  ଜଣାଯାଇଛି।  

Advertisment

ଅଧିକ ପଢ଼ନ୍ତୁ:  ନବ ଦାସ ହତ୍ୟା ମାମଲା; CBI ତଦନ୍ତ ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ୍ କଲେ ନବଙ୍କ ପତ୍ନୀ

ଉଲ୍ଲେଖଯୋଗ୍ୟ, ନବ ଦାସ ମାମଲାର ସିବିଆଇ ତଦନ୍ତ ପାଇଁ ଲିଖିତ ଆବେଦନ କରିବାକୁ ଚାହୁଁଛନ୍ତି ନବ ଦାସଙ୍କ ପରିବାର । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଇ-ମେଲ୍ କରିଛନ୍ତି ନବଙ୍କ ପତ୍ନୀ ମିନତୀ ଦାସ । ଇ-ମେଲ୍‌ରେ ସେ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତକାର ପାଇଁ ସମୟ ମାଗିଛନ୍ତି । ଗତ ୧୧ ତାରିଖରେ ମିନତୀ ଦାସ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିବାକୁ ଇ-ମେଲ୍ ସହ ଏକ ଚିଠି କରିଥିବା ଜଣାପଡିଛି । ଏନେଇ ପୁଅ ବିଶାଲ ଦାସ ସୂଚନା ଦେଇଛନ୍ତି । ନବ ଦାସଙ୍କ ପତ୍ନୀ ମିନତୀ ଦାସ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତକାର ପାଇଁ ସମୟ ମାଗିଛନ୍ତି । ସେ ଇ-ମେଲ୍ ସହ ପୋଷ୍ଟାଲରେ ମଧ୍ୟ ଚିଠି ପଠାଇଛନ୍ତି। ସିବିଆଇ ତଦନ୍ତ ପାଇଁ ଚାହୁଁଥିଲେ ପରିବାର ଲୋକଙ୍କୁ ଲିଖିତ ଭାବେ ଦେବାକୁ ପଡିବ । ଲିଖିତ ଭାବେ ଜଣାଇଲେ ସରକାର ଏ ସଂକ୍ରାନ୍ତରେ ନିଷ୍ପତ୍ତି ନେବେ ବୋଲି ନିକଟରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଥିଲେ । ଏହି କ୍ରମରେ ନବଙ୍କ ପରିବାର ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଲିଖିତ ଆବେଦନ କରିବାକୁ ଇ-ମେଲ୍ କରିଥିବା ଜଣାପଡିଛି ।

Advertisment

ସୂଚନାଯୋଗ୍ୟ, ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରୁ ଇତିମଧ୍ୟରେ ୨ ବର୍ଷ ପୁରୁଛି । ୨୦୨୩ ମସିହା ଜାନୁଆରୀ ୨୯ ତାରିଖରେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରର ଗାନ୍ଧି ଛକରେ ଦିନ ପ୍ରାୟ ସାଢ଼େ ୧୧ଟା ବେଳେ ନବ ଦାସଙ୍କ ଉପରକୁ ଗୁଳିମାଡ଼ କରାଯାଇଥିଲା। ତାଙ୍କୁ ପ୍ରଥମେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଏୟାରଲିଫ୍ଟ କରି ଭୁବନେଶ୍ୱର ଆପୋଲୋ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ଝାରସୁଗୁଡାରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ବିଜେପି ନେତା ଜୟନାରାୟଣ ମିଶ୍ର ଅଭିଯୋଗ କରିଥିଲେ ।

ଅଧିକ ପଢ଼ନ୍ତୁ:  ନବ ଦାସ ହତ୍ୟା ମାମଲାକୁ ନେଇ ପୁଣି ତେଜିଲା ରାଜନୀତି, ଦୀପାଳିଙ୍କ କୋର୍ଟକୁ ବଲ୍ ପିଙ୍ଗିଲେ ଆଇନ ମନ୍ତ୍ରୀ

Naba Das Jharsuguda Odisha Crime Branch
Advertisment
Advertisment