/odishatv-khabar/media/post_attachments/uploadimage/library/16_9/16_9_0/IMAGE_1739605289.jpg)
‘ପାଣ୍ଡିଆନ୍ ଚଳାଉଛନ୍ତି ଗୃହ’
ବିଧାନସଭାରେ ବିସ୍ଫୋରକ ତଥ୍ୟ ରଖିଲେ ବିଜେପି ବିଧାୟକ ଜୟନାରାୟଣ ମିଶ୍ର । ଗୃହକୁ କ’ଣ ପାଣ୍ଡିଆନ ଚଳାଇବେ ବୋଲି ପ୍ରଶ୍ନ କଲେ ଜୟନାରାୟଣ । ପଏଣ୍ଟ ଅଫ୍ ଅର୍ଡର ଉଠାଇ ବିରୋଧୀଙ୍କୁ ଟାର୍ଗେଟ୍ କରିବା ସହ ସେ କହିଛନ୍ତି ଯେ, ଚାଷୀ ପ୍ରସଙ୍ଗରେ ବିରୋଧୀ ମୁଲତବି ଆଣିଥିଲେ, ଆମେ ଆଲୋଚନା ହେଉ ବୋଲି ଚାହୁଁଥିଲୁ । କିନ୍ତୁ କ’ଣ ପାଇଁ ଗୃହକୁ କାଲିଠାରୁ ମୁଲତବି କରାଯାଉଛି ।
ଅଧିକ ପଢ଼ନ୍ତୁ: ଫେରିଲେ ସୁର ... ଏବେ ପୁଣି ଶୁଭିବ ‘Congress Coming’
ସେ ଆହୁରି କହିଛନ୍ତି, ଲବିରେ କିଛି ବିଜେଡି ବିଧାୟକଙ୍କ ସହ ଆଲୋଚନା କରୁଥିଲି । ସେମାନେ କହିଲେ ପାଣ୍ଡିଆନ କହିଲେ ବୋଲି ଏମିତି କଲୁ । ଏ ଗୃହକୁ କ’ଣ ପାଣ୍ଡିଆନ ଚଳାଇବେ ବୋଲି ପଚାରିଛନ୍ତି ଜୟନାରାୟଣ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଦରି ବୁହା ଓ ଟେଣ୍ଟ ବୁହା ଲୋକ ଏଠିକି ଆସି ବଡ଼ କଥା କହୁଛନ୍ତି । କିଏ ଗୋଟେ ବାହାର ଲୋକ କହିବେ ଆଉ ଗୃହ ବନ୍ଦ କରିଦିଆଯିବ। ପାଣ୍ଡିଆନଙ୍କ ନମ୍ବର ୱାନ ଚାମଚା ହେବା ପାଇଁ ପ୍ରତିଯୋଗିତା ଚାଲିଛି ।
ଅନ୍ୟପକ୍ଷରେ ଜୟନାରାୟଣଙ୍କ ବିବୃତିକୁ ବାଦ ଦେବାକୁ ଦାବି କରିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଲା ମଲ୍ଲିକ । କହିଛନ୍ତି ବରିଷ୍ଠ ସଦସ୍ୟ ଗୃହରେ ମନ ଗଢ଼ା କାହାଣୀ କହୁଛନ୍ତି । ଗୃହର ସଦସ୍ୟ ନଥିବା ଲୋକଙ୍କ ନାମ ବିବରଣୀରୁ ବାଦ ଦିଆଯାଉ ବୋଲି ପ୍ରମିଳା ମଲ୍ଲିକ କହିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)