/odishatv-khabar/media/post_attachments/uploadimage/library/16_9/16_9_0/IMAGE_1680072236.jpg)
Jharsuguda By-Election
ଆସିଲା ବଡ଼ ଖବର । ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ । ଝାରସୁଗୁଡ଼ା ଉପନିର୍ବାଚନ ନେଇ ସିଇସିଙ୍କ ଘୋଷଣା । ଏପ୍ରିଲ ୧୩ରେ ପ୍ରକାଶ ପାଇବ ନିର୍ବାଚନ ବିଜ୍ଞପ୍ତି । ଏପ୍ରିଲ ୨୦ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ ହେବ । ୨୧ରେ ଯାଞ୍ଚ, ୨୪ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ଦିଆଯାଇଛି । ମେ’ ୧୩ରେ ଭୋଟ ଗଣତି ହେବ । ନବ ଦାସଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଥିଲା ।
ଝାରସୁଗୁଡ଼ାରେ ୨ ଲକ୍ଷ ୨୧ ହଜାର ଭୋଟର ରହିଥିବା ବେଳେ ପୁରୁଷ ଭୋଟର ୧ ଲକ୍ଷ ୧୦ ହଜାର ଓ ମହିଳା ଭୋଟର ୧ ଲକ୍ଷ ୨୦ ହଜାର ରହିଛନ୍ତି । ଏଥର ମୋଟ ବୁଥ ସଂଖ୍ୟା ୨୫୩ ରହିଛି ।
ସେପଟେ ଝାରସୁଗୁଡ଼ା ଉପନିର୍ବାଚନ ନେଇ ପିସିସି ସଭାପତି କହିଛନ୍ତି ଉପନିର୍ବାଚନ ପାଇଁ ୫ ଜଣିଆ ଟିମ୍ ଗଠନ କରାଯାଇଛି । ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ନେତୃତ୍ୱରେ ଟିମ୍ ଗଠନ ହୋଇଛି । ରିପୋର୍ଟ ଦେବା ପରେ ଖୁବଶୀଘ୍ର ପ୍ରାର୍ଥୀ ଘୋଷଣା ହେବ । ଏଥର ଲଢ଼େଇ ଜୋରଦାର ହେବ କହିଛନ୍ତି ଶରତ ପଟ୍ଟନାୟକ ।
ଅନ୍ୟପଟେ କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ । ନିର୍ବାଚନ କମିଶନଙ୍କ ପକ୍ଷରୁ ଆଜି ତାରିଖ ଘୋଷଣା କରାଯାଇଛି । ମେ’ ୧୦ ତରିଖରେ ହେବ କର୍ଣ୍ଣାଟକ ସାଧାରଣ ନିର୍ବାଚନ । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ନିର୍ବାଚନ କମିଶନ ପକ୍ଷରୁ ଏନେଇ ଘୋଷଣା କରାଯାଇଛି । ୨୨୪ଟି ଆସନ ବିଶିଷ୍ଟ କର୍ଣ୍ଣାଟକ ବିଧାନସଭାରେ ଏବେ ବିଜେପି ର ୧୧୯ ଜଣ ବିଧାୟକ ରହିଛନ୍ତି ।
ଅନ୍ୟପକ୍ଷରେ କଂଗ୍ରେସ ର ୭୫ଜଣ ବିଧାୟକ ଓ ଜେଡିଏସର ୨୮ଜଣ ବିଧାୟକ ରହିଛନ୍ତି । କର୍ଣ୍ଣାଟକରେ ଏବେ ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇଙ୍କ ନେତୃତ୍ୱରେ ବିଜେପି କ୍ଷମତାରେ ରହିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)