Advertisment

କଳାହାଣ୍ଡିର ପୂର୍ବତନ ସାଂସଦ ସୁବାସ ଚନ୍ଦ୍ର ନାୟକଙ୍କ ପରଲୋକ

କଳାହାଣ୍ଡିର ପୂର୍ବତନ ସାଂସଦ ସୁବାସ ଚନ୍ଦ୍ର ନାୟକଙ୍କର ରବିବାର ସକାଳେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା।

author-image
Otv Khabar Bureau
Subash Chandra Nayak

Subash Chandra Nayak

କଳାହାଣ୍ଡିର ପୂର୍ବତନ ସାଂସଦ ସୁବାସ ଚନ୍ଦ୍ର ନାୟକଙ୍କର ରବିବାର ସକାଳେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା। ଭବାନୀପାଟଣା ଇରିଗେସନ କଲୋନୀ ସ୍ଥିତ ନିଜ ବାସଭବନ ଥିବା ବେଳେ ସେ ଆଜି ଅସୁସ୍ଥ ଅନୁଭବ କରିଥିଲେ। ଏହା ପରେ ତାଙ୍କୁ ତୁରନ୍ତ ଭବାନୀପାଟଣା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Advertisment

୧୯୪୭ ମସିହା ଅଗଷ୍ଟ ୧୫ ତାରିଖରେ ସେ ଜନ୍ମ ହୋଇଥିଲେ। ସେ ୧୯୯୧ ମସିହାରେ କଂଗ୍ରେସ ଟିକେଟ୍‌ରେ କଳାହାଣ୍ଡି ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ରାଜନୀତିରେ ପ୍ରବେଶ କରିବା ପୂର୍ବରୁ ସେ ବିଭିନ୍ନ ଗଣମାଧ୍ୟମରେ କାର୍ଯ୍ୟ କରିଥିଲେ। ସଂସଦ ଭବନକୁ ମୁଣ୍ଡିଆ ମାରି ପ୍ରବେଶ କରି ସେ ସେତେବେଳେ ଚର୍ଚ୍ଚାରେ ରହିଥିଲେ।

ସୁବାସ ଚନ୍ଦ୍ର ନାୟକ ଗୋଟିଏ ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ସେ ବିଜେଡି ଓ ବିଜେପିରେ ମଧ୍ୟ ଯୋଗ ଦେଇଥିଲେ। ତାଙ୍କର ଦୁଇ ପୁଅ ଓ ଜଣେ ଝିଅ ଅଛନ୍ତି। ଦୁଇ ପୁଅ ଆଜି ଘରେ ନଥିଲେ। ଜଣେ ଭୁବନେଶ୍ୱର ଓ ଅନ୍ୟ ଜଣେ କୋଟା ଯାଇଥିବା ବେଳେ ସୁବାସ ଚନ୍ଦ୍ର ନାୟକ ଆଖି ବୁଜିଛନ୍ତି। ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କ ଅନ୍ତିମ ସଂସ୍କାର କରାଯିବ ବୋଲି ଜଣାପଡ଼ିଛି।

Advertisment
RIP Subash Chandra Nayak Kalahandi MP
Advertisment
Advertisment