• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଲୋକସେବା ଭବନରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ସରକାରୀ କାର୍ଯ୍ୟକ୍ରମରେ ଗୃହମନ୍ତ୍ରୀ ଅମିତ ଶାହ ଯୋଗ ଦେଇଛନ୍ତି । ଭୁବନେଶ୍ୱର କାର୍ଯ୍ୟକ୍ରମରେ ଗୃହ ମନ୍ତ୍ରୀ ଯୋଦେବା ସହ ତାଙ୍କ ବକ୍ତବ୍ୟରେ ଅନେକ କିଛି କଥା କହିଥିବା ଦେଖିବାକୁ ମିଳିଛି ।

ଗୃହମନ୍ତ୍ରୀ କହିଛନ୍ତି, ଓଡ଼ିଶା ଭଳି ଗୁଜରାଟ ଲୋକ ବି ଜଗନ୍ନାଥଙ୍କୁ ବହୁତ ଭକ୍ତି କରନ୍ତି । ଆଜିର ଦିନରେ ୩୭୦ ଧାରା ଉଚ୍ଛେଦ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି । ଏହି ଅବସରରେ ସାରା ଦେଶବାସୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଶାହ ।

ଦେଶର ବିକାଶ, ଦେଶର ଭାଗ୍ୟ ରାଜମାର୍ଗ ସହ ଜଡ଼ିତ ରହିଛି । ୯ ବର୍ଷ ଭିତରେ ପ୍ରଧାନମନ୍ତ୍ରୀ ରାଜମାର୍ଗ ପାଇଁ ବହୁ କିଛି କାମ କରିଛନ୍ତି । ଭିତ୍ତିଭୂମିର ବିକାଶ ପାଇଁ ମୋଦି ସରକାର ବହୁ କାମ କରିଛି । ବିଗତ ୯ ବର୍ଷ ଭିତରେ ନକ୍ସଲବାଦକୁ ପୂରା ନିୟନ୍ତ୍ରଣ କରାଯାଇଛି ବୋଲି ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି ।

ଖାଲି ସେତିକି ନୁହେଁ, ନକ୍ସଲ ଗତିବିଧି କମିଛି । ଓଡ଼ିଶା ସରକାରକୁ ଏଥିପାଇଁ ଧନ୍ୟବାଦ ଦେଇଛନ୍ତି ଶାହ । ନକ୍ସଲ ମୁକାବିଲାରେ ଓଡ଼ିଶା ଆମକୁ ସର୍ବଦା ସମର୍ଥନ କରିଛି ବୋଲି ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି । ଭୁବନେଶ୍ୱର କାର୍ଯ୍ୟକ୍ରମରେ ଶାହ ବିପର୍ଯ୍ୟୟ ମୁକାବିଲା ପ୍ରସଙ୍ଗ ମଧ୍ୟ ଉଠାଇଛନ୍ତି ।

ଶାହ କହିଛନ୍ତି କି, ବିପର୍ଯ୍ୟୟ ମୁକାବିଲାରେ ଓଡ଼ିଶା ବହୁ ନୂଆ ପନ୍ଥା ଆପଣାଇଛି । ସାରା ଦେଶକୁ ମାର୍ଗଦର୍ଶନ କରିଛି ଓଡ଼ିଶା । କେନ୍ଦ୍ର ଏବଂ ରାଜ୍ୟ ମିଶି କାମ କଲେ ବିପର୍ଯ୍ୟୟ ବି ପରାସ୍ତ ହେଉଛି ।

  • Reported by:
  • HARIHARA CHAND