Advertisment

ରାତି ପାହିଲେ ୧୦୨ ଲୋକସଭା ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ପଡ଼ିବ ଭୋଟ୍। ଆଜିଠୁ ବୁଥ୍ ଅଭିମୁଖେ ଯିବେ ପୁଲିଂ ପାର୍ଟି। ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ଭୋଟିଂ ହେବ।

ଅଦ୍ୟତନ ହୋଇଛି
Lok Sabha elections 2024 Voting Tomorrow

Election

Advertisment

ଓଡ଼ିଶାରେ ଆଜି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିସହ ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା । ପ୍ରାର୍ଥୀମାନେ ଏପ୍ରିଲ ୨୫ ସୁଦ୍ଧା ନାମାଙ୍କନ ପତ୍ର ଦାଖଲ କରିବେ। ଏପ୍ରିଲ ୨୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ଓ ଏପ୍ରିଲ ୨୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ଏହି ପର୍ଯ୍ୟାୟ ଲାଗି ୧୩ରେ ଭୋଟ ଗ୍ରହଣ କରାଯିବ। ଜୁନ ୪ରେ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ।

Advertisment

ଅନ୍ୟପଟେ ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ପଡ଼ିବ ଭୋଟ୍। ଆଜିଠୁ ବୁଥ୍ ଅଭିମୁଖେ ଯିବେ ପୁଲିଂ ପାର୍ଟି। ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ଭୋଟିଂ ହେବ।

ଅଧିକ ପଢ଼ନ୍ତୁ: ୩୭ଟି ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା AAP

ତାମିଲନାଡ଼ୁର ସମସ୍ତ ୩୯ ସିଟ୍, ରାଜସ୍ଥାନର ୧୨, ଉତ୍ତର ପ୍ରଦେଶର ୮, ମଧ୍ୟପ୍ରଦେଶର ୬, ଆସାମ-ମହାରାଷ୍ଟ୍ର-ଉତ୍ତରାଖଣ୍ଡର ୫ଟି ଲେଖାଏଁ ସିଟରେ ଭୋଟିଂ ହେବ। ସେହିପରି ପୁଡ଼ୁଚେରୀ, ଲାକ୍ଷାଦୀପ, ଜମ୍ମୁକାଶ୍ମୀର, ଆଣ୍ଡାମାନ ଓ ନିକୋବର ଦ୍ୱୀପର ଗୋଟିଏ ଲେଖାଏଁ ସିଟରେ ବି ମତଦାନ କରିବେ ଜନ ସାଧାରଣ। ଏହାବାଦ ଛତିଶଗଡ଼ର ମାଓପ୍ରବଣ ବସ୍ତରରେ ବି ପ୍ରଥମ ପର୍ଯ୍ୟାୟରେ ଭୋଟ୍ ପଡ଼ିବ।

Advertisment

ପ୍ରଥମ ପର୍ଯ୍ୟାୟ ବିଗ୍ ଫାଇଟରେ ଭାଗ୍ୟ ପରୀକ୍ଷା ଦେବେ ବିହାର ଜାମୁଇରୁ ଏଲଜେପି ମୁଖ୍ୟ ଚିରାଗ ପାଶୱାନ, ମଧ୍ୟପ୍ରଦେଶ ଛିନ୍ଦୱାଡାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କ ପୁଅ ନକୁଲ ନାଥ ଓ କୋଏମ୍ବାଟୁରରୁ ତାମିଲନାଡୁ ବିଜେପି ମୁଖ୍ୟ କେ. ଆନ୍ନାମଲାଇ। ପ୍ରଥମ ପର୍ଯ୍ୟାୟରେ ଚେନ୍ନାଇ ସାଉଥରୁ ତେଲେଙ୍ଗାନାର ପୂର୍ବତନ ରାଜ୍ୟପାଳ ଟି. ସୁନ୍ଦରରାଜନ, ଥୁଥୁକୁଡିରୁ କାନିମୋଇ ଏବଂ କୁଚବେହାରରୁ ନିଶିଥ ପରମାଣିକଙ୍କ ଭଳି ଅନେକ ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା ହେବ।

BJD BJP Congress Odisha Politics General Election 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ