/odishatv-khabar/media/post_attachments/uploadimage/library/16_9/16_9_0/IMAGE_1706347491.jpg)
Lok Sabha Elections 2024
୨୦୨୪ ସାଧାରଣ ନିର୍ବାଚନ ପାଇଁ ବିଜୟପାଲ ସିଂ ତୋମାରଙ୍କୁ ଓଡ଼ିଶା ଦାୟିତ୍ୱ ମିଳିଛି । ବିଜୟପାଲ ସିଂ ତୋମାର ପ୍ରଭାରୀ ଓ ଲତା ଉସେଣ୍ଡି ସହ ପ୍ରଭାରୀ ଦାୟିତ୍ୱରେ ରହିବେ । ସାଧାରଣ ନିର୍ବାଚନ ପୂର୍ବରୁ ବିଜେପି ୨୩ଟି ରାଜ୍ୟ ପାଇଁ ଇଲେକ୍ସନ ଇନ୍ଚାର୍ଜ ଘୋଷଣା କରିଛି । ହେଲେ ଓଡ଼ିଶା ପାଇଁ ବିଜୟପାଲ ସିଂ ତୋମାରଙ୍କୁ ଭରସା କରିଛି ଦଳ । ତୋମାରଙ୍କ ସହ ଲତା ଉସେଣ୍ଡି ସହ-ପ୍ରଭାରୀ ଦାୟିତ୍ୱରେ ରହିବେ ବୋଲି ସୂଚନା ଦିଆଯାଇଛି ।
ସେହିପରି ୨୦୨୪ ଲୋକସଭା ନିର୍ବାଚନ ପାଇଁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଉପରେ ବଡ଼ ଦାୟିତ୍ୱ ଦେଇଛି ବିଜେପି । ଆସନ୍ତା ନିର୍ବାଚନକୁ ଦୃଷ୍ଟିରେ ରଖି ବୈଜୟନ୍ତଙ୍କୁ ଉତ୍ତର ପ୍ରଦେଶ ଦାୟିତ୍ୱ ଦେଇଛି ଭାରତୀୟ ଜନତା ପାର୍ଟି । ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଉତ୍ତର ପ୍ରଦେଶ ଭଳି ସବୁଠାରୁ ବଡ଼ ରାଜ୍ୟର ଇଲେକ୍ସନ ଇନଚାର୍ଜ କରାଯାଇଛି ।
ସେହିପରି ଅରୁଣାଚଳ ପ୍ରଦେଶ ଶ୍ରୀ ଅଶୋକ ସିଂହଲ, ବିହାର ଶ୍ରୀ ବିନୋଦ ତାୱଡେ ଓ ଶ୍ରୀ ଦୀପକ ପ୍ରକାଶଙ୍କୁ ଦାୟିତ୍ୱ ମିଳିଛି । ଚଣ୍ଡିଗଡ଼ରେ ଶ୍ରୀ ବିଜୟଭାଇ ରୂପାଣୀ । ଡାମନଡିଉ ପାଇଁ ଶ୍ରୀ ପୁରନେଶ ମୋଦି ଏବଂ ଦୁଷ୍ମନ୍ତ ପଟେଲଙ୍କୁ ଦାୟିତ୍ୱ ଦେଇଛି ଦଳ ।
ଗୋଆ ପାଇଁ ଶ୍ରୀ ଆଶିଷ ସୁଦ, ହରିୟାଣା ପାଇଁ ଶ୍ରୀ ବିପ୍ଳବ କୁମାର ଦେ ଓ ଶ୍ରୀ ସୁରେନ୍ଦ୍ର ନାଗର, ହିମାଚଳ ପ୍ରଦେଶ ଶ୍ରୀ ଶ୍ରୀକାନ୍ତ ଶର୍ମା ଓ ସଞ୍ଜୟ ଟଣ୍ଡନ୍ଙ୍କୁ ଦାୟିତ୍ୱ ଦିଆଯାଇଛି । ଜମ୍ମୁକାଶ୍ମୀର ପାଇଁ ଶ୍ରୀ ତରୁଣ ଚୁଘ୍ ଓ ଶ୍ରୀ ଆଶିଷ ସୁଦଙ୍କୁ ଦାୟିତ୍ୱ ମିଳିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)