CAPF
ଲୋକସଭା ନିର୍ବାଚନ ପୂର୍ବରୁ ଦେଶର ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ମୁତୟନ ହେବେ ୩ ଲକ୍ଷ ୪୦ ହଜାର CAPF ଯବାନ । ପ୍ରଥମ ପର୍ଯ୍ୟାୟ ଫୋର୍ସ ମୁତୟନ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇଛି । ସମ୍ବେଦନଶୀଳ ଓ ଅତି ସମ୍ବେଦନଶୀଳ ସ୍ଥାନରେ ୨ ହଜାର କମ୍ପାନୀ ବା ୨ ଲକ୍ଷ ଯବାନ ମୁତୟନ ହେବେ । ସେହିପରି ଅନ୍ୟ ଦେଢ଼ ଲକ୍ଷ ଯବାନ ପରବର୍ତ୍ତୀ ସମୟରେ ମୁତୟନ କରାଯିବ। ନକ୍ସଲ ହିଂସା ପ୍ରଭାବିତ ରାଜ୍ୟ ସମେତ ପଶ୍ଚିମବଙ୍ଗ ଏବଂ ଜାମ୍ମୁ ଓ କାଶ୍ମୀରରେ ଏହି ସପ୍ତାହ ଶେଷ ସୁଦ୍ଧା ଫୋର୍ସ ମୁତୟନ ହେବେ ।
ଅଧିକ ପଢ଼ନ୍ତୁ: ପଶ୍ଚିମବଙ୍ଗରେ ଅଛନ୍ତି ୧୭ ଲକ୍ଷ ଫେକ୍ ଭୋଟର୍, CEOଙ୍କ ନିକଟରେ ତାଲିକା ଦାଖଲ କଲା ବିଜେପି
ସେହିପରି ଆସନ୍ତା ୭ ତାରିଖରୁ ଦ୍ୱିତୀୟ ପର୍ଯ୍ୟାୟ ଫୋର୍ସ ମୁତୟନ କରାଯିବ । ଅବାଧ ଓ ମୁକ୍ତ ନିର୍ବାଚନ ପାଇଁ ୩ ଲକ୍ଷ ୪୦ ହଜାର ଫୋର୍ସ ମୁତୟନ ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ନିର୍ବାଚନ କମିଶନଙ୍କ ପକ୍ଷରୁ ଅନୁରୋଧ କରାଯାଇଥିଲା । ସଂପୃକ୍ତ ସ୍ଥାନ ବାବଦରେ ତଥ୍ୟ ହାସଲ ସହ ଆଗୁଆ ପ୍ରସ୍ତୁତ ହେବା ପାଇଁ ଏହି ପଦକ୍ଷେପ ନିଆଯାଇଛି । ନିର୍ବାଚନକୁ ଶାନ୍ତି ଶୃଙ୍ଖଳାରେ କରିବାକୁ ଏଭଳି ପଦକ୍ଷେପ ନିଆଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/CAPF_1709292144.jpg)