/odishatv-khabar/media/post_attachments/uploadimage/library/16_9/16_9_0/IMAGE_1646377877.jpg)
madhusmita acharya
ପୌର ନିର୍ବାଚନ ପାଇଁ ମାର୍ଚ୍ଚ ୨ ତାରିଖରୁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ କଂଗ୍ରେସର ଭୁବନେଶ୍ୱର ମେୟର ପ୍ରାର୍ଥୀ ହେବେ ମଧୁସ୍ମିତା ଆଚାର୍ଯ୍ୟ । ଧର୍ମଶାଳାର ପୂର୍ବତନ ବିଧାୟକ ସ୍ୱର୍ଗତ କାଙ୍ଗାଳୀ ପଣ୍ଡାଙ୍କ ବୋହୂ ଅଟନ୍ତି ମଧୁସ୍ମିତା । ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ କଂଗ୍ରେସର ବିଧାୟକ ସୁରେଶ ରାଉତରାୟ ଏନେଇ ଘୋଷଣା କରିଛନ୍ତି। ଏଆଇସିସିର ଅନୁମୋଦନ କ୍ରମେ ମଧୁସ୍ମିତାଙ୍କୁ ପ୍ରାର୍ଥୀ କରିବାକୁ ନିଷ୍ପତ୍ତି ହୋଇଥିବା କହିଛନ୍ତି ସୁର ରାଉତରାୟ ।
ସୂଚନା ଅନୁସାରେ ଆସନ୍ତା ୨୪ରେ ପୌର ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ ଏବଂ ୨୬ରେ ଭୋଟ୍ ଗଣତି ହେବ। ତେବେ ୭ ତାରିଖ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ ସମୟ ସୀମା ରହିଛି । ମାର୍ଚ୍ଚ ୯ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ଓ ୧୪ ସୁଦ୍ଧା ପ୍ରତ୍ୟାହାର ପାଇଁ ସମୟ ଦିଆଯାଇଛି ।
ମେୟର ଓ ପୌରାଧ୍ୟକ୍ଷ ନିର୍ବାଚନ ଏଥର ସିଧାସଳଖ ହେବ। ସେହିପରି ଭୋଟିଂ ପାଇଁ ଇଭିଏମ୍ ବ୍ୟବହାର କରାଯିବ। ପ୍ରତି ବୁଥ୍ରେ ୨ଟି ଇଭିଏମ୍ ରହିବ।ଗୋଟିଏ ଇଭିଏମ୍ରେ ମେୟର କିମ୍ବା ପୌରାଧ୍ୟକ୍ଷଙ୍କୁ ଭୋଟ୍ ଦେଇ ହେବ। ସେହିପରି ଦ୍ୱିତୀୟ ଇଭିଏମ୍ରେ କାଉନସିଲର କିମ୍ବା କର୍ପୋରେଟରଙ୍କୁ ଭୋଟ୍ ଦେଇ ହେବ।
ପ୍ରଥମ ଥର ପାଇଁ ପୌର ନିର୍ବାଚନରେ ନୋଟା ବିକଳ୍ପ ରହିବ। ଏପ୍ରିଲ ୭ରେ ପୌର ଉପାଧ୍ୟକ୍ଷ, ୮ରେ ଡେପୁଟି ମେୟର ନିର୍ବାଚନ ହେବ। ୧୦୬ NAC/ମ୍ୟୁନିସିପାଲିଟି ଓ ୩ଟି ମହାନଗରରେ ନିର୍ବାଚନ ହେବ। ଅଦାଲତି ମାମଲା ପାଇଁ ପୁରୀ ମ୍ୟୁନିସିପାଲିଟିରେ ନିର୍ବାଚନ ହେବ ନାହିଁ। ଅବଧି ସରିବାର ୩ ବର୍ଷ ପରେ ପୌର ନିର୍ବାଚନ ହେଉଛି। ତେବେ ସିଟ୍ ରିଜରଭେସନ୍ ନେଇ ହୋଇଥିବା ବିବାଦରୁ ନିର୍ବାଚନରେ ବିଳମ୍ବ ହୋଇଥିଲା।
ଏହା ପୂର୍ବରୁ କଂଗ୍ରେସ ଗିରିବାଳା ବେହେରାଙ୍କୁ କଟକ ମେୟର ପ୍ରାର୍ଥୀ କରିଛି। ଏନେଇ ପିସିସି କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବ ବିଶ୍ୱାଳ ସୂଚନା ଦେଇଥିଲେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)