/odishatv-khabar/media/post_attachments/uploadimage/library/16_9/16_9_0/IMAGE_1702434282.jpg)
Mohan Yadav, Vishnu Deo Sai to take oath today
ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ। ମଧ୍ୟପ୍ରଦେଶରେ ମୋହନ ଯାଦବ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଏଥିପାଇଁ ଭୋପାଳରେ ଭବ୍ୟ ଆୟୋଜନ କରାଯାଉଛି ।
ସକାଳ ୧୧ଟା ୩୦ରେ ହେବାକୁ ଥିବା ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗଦେବେ । ଏଥିସହ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ନିମନ୍ତ୍ରଣ କରାଯାଇଛି । ମଧ୍ୟପ୍ରଦେଶର ନୂଆ ସରକାରରେ ଦୁଇଜଣ ଉପମୁଖ୍ୟମନ୍ତ୍ରୀ ରହିବେ ।
ରାଜେନ୍ଦ୍ର ଶୁକ୍ଳା ଓ ଜଗଦୀଶ ଦେଓଡା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କୁ ବାଚସ୍ପତି ଦାୟିତ୍ୱ ମିଳିବ। ଦକ୍ଷିଣ ଉଜୈନରୁ କ୍ରମାଗତ ୩ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ୫୮ବର୍ଷୀୟ ମୋହନ ଯାଦବ । ଶିବରାଜ ସିଂ ସରକାରରେ ସେ ଉଚ୍ଚ ଶିକ୍ଷାମନ୍ତ୍ରୀ ଥିଲେ ।
ସେପଟେ ଛତିଶଗଡରେ ମଧ୍ୟ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବିଷ୍ଣୁ ଦେଓ ସାଏ । ଅପରାହ୍ନ ୪ଟାରେ ଶପଥଗ୍ରହଣ ସମାରୋହ ହେବ। ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ରାୟପୁର ସାଇନସ କଲେଜ ଗ୍ରାଉଣ୍ଡରେ ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଉଛି ।
#ଆଜି_ଏମ୍ପି_ଛତିଶଗଡ଼ରେ_ନୂଆ_ସରକାର
ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ଦାୟିତ୍ୱ ନେବେ ନୂଆ ସରକାର...ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଯାଦବ....ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବିଷ୍ଣୁଦେଓ ସାଏ...ଉଭୟ ଉତ୍ସବରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...#Chhattisgarh#MadhyaPradeshpic.twitter.com/5FAGsawdRn— ଓଟିଭି (@otvkhabar) December 13, 2023
ବିଷ୍ଣୁ ଦେଓଙ୍କ ସହ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ମଧ୍ୟ ଆଜି ଶପଥ ନେବେ । କିନ୍ତୁ କେଉଁମାନେ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବେ ସେ ନେଇ ବର୍ତ୍ତମାନ ସୁଦ୍ଧା ଚୂଡାନ୍ତ ସୂଚନା ମିଳି ପାରିନାହିଁ । ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
ବିଷ୍ଣୁଦେଓ ଛତିଶଗଡ଼ର ଜଣେ ଜଣାଶୁଣା ଆଦିବାସୀ ଚେହେରା। କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବାଧିନ ପ୍ରଥମ ସରକାରରେ ସେ ମନ୍ତ୍ରୀ ଥିଲେ। ୨୦୨୦ରୁ ୨୦୨୨ ପର୍ଯ୍ୟନ୍ତ ସେ ଛତିଶଗଡ଼ ବିଜେପି ରାଜ୍ୟ ସଭାପତି ଦାୟିତ୍ୱ ତୁଲାଇଥିଲେ। ...
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)