• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ମହେଶ୍ୱର ମହାନ୍ତିଙ୍କ ପରଲୋକ । ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ । ଭୋର ୩ଟା ୨୫ରେ ଶେଷ ନିଶ୍ବାସ ତ୍ୟାଗ ସୂଚନା । ଗତ ୩୧ ତାରିଖରୁ ଚିକିତ୍ସାଧୀନ ଥିଲେ ମହେଶ୍ୱର ମହାନ୍ତି ।

ପ୍ରଥମେ କାଉନସିଲରରୁ ବାଚସ୍ପତି ହୋଇଥିଲେ ମହେଶ୍ୱର ମହାନ୍ତି ।  ପୁରୀରୁ କାଉନସିଲର୍ ଭାବେ ରାଜନୈତିକ କ୍ୟାରିୟର୍ ଆରମ୍ଭ କରିଥିଲେ ମହେଶ୍ୱର । ପରେ ପରେ ପୁରୀ ପୌରପାଳିକାର ଅଧ୍ୟକ୍ଷ ଥିଲେ । ୧୯୯୫ରେ ଜନତା ଦଳରୁ ପ୍ରଥମ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

୧୯୯୫ରୁ ଲଗାତାର ୫ ଥର ପୁରୀର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୦୦ରୁ ବିଜେଡି ଟିକେଟରେ ବିଧାୟକ ହୋଇଥିଲେ । ରାଜ୍ୟ ସରକାରଙ୍କ ଅଧିନରେ ସେ ଆଇନ, ପଞ୍ଚାୟତିରାଜ, ରାଜସ୍ୱ ବିଭାଗର ମନ୍ତ୍ରୀ ଥିଲେ । ୨୦୦୪ରୁ ୨୦୦୮ ଯାଏଁ ବିଧାନସଭାର ବାଚସ୍ପତି ଥିଲେ ।

ତେବେ ଦୃଢ଼ ସଂଗଠକ ଓ ବେଶ୍ ପ୍ରଭାବଶାଳୀ ବ୍ୟକ୍ତିତ୍ୱ ଭାବେ ନାଁ ଥିଲା । ଲମ୍ବା ସମୟ ଧରି ସେ ପୁରୀକୁ ବିଜେଡିର ଗଡ଼ ଭାବେ ସମ୍ଭାଳିଥିଲେ ।