• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ଦିନ ୧୨ ଟାରେ  ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ଏକ ବିରାଟ ପଟୁଆରରେ ଲୋୟର ପିଏମଜିରେ ଆୟୋଜିତ ଓଡ଼ିଶା ବଞ୍ଚାଅ ସମାବେଶରେ ଯୋଗଦେବେ । ସମାବେଶରେ ଜିଲ୍ଲା ସଭାପତି, ବ୍ଲକ ସଭାପତି, ମଣ୍ଡଳ ସଭାପତି, ପଞ୍ଚାୟତ ସଭାପତିଙ୍କ ସହ ହଜାର ହଜାର କର୍ମୀ ଏବଂ ସାଧାରଣ ଲୋକଙ୍କୁ ଉଦବୋଧନ ଦେବେ ଖଡ଼ଗେ ।

ସମାବେଶ ପରେ କଂଗ୍ରେସର ବରିଷ୍ଠ ନେତା ଏବଂ ସହଯୋଗୀ ଦଳଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଏଆଇସିସି ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ ପରେ ଏହା ହେଉଛି ଖଡଗେଙ୍କ ପ୍ରଥମ ଓଡ଼ିଶା ଗସ୍ତ । ଅଧ୍ୟକ୍ଷଙ୍କ ଗସ୍ତ ପୂର୍ବରୁ ପିସିସି ସଭାପତି ଅଭିଯୋଗ କରିଛନ୍ତି ଯେ, ଓଡ଼ିଶାକୁ ଦରିଦ୍ର ରାଜ୍ୟ ଭାବେ ପରିଣତ କରିସାରିଛନ୍ତି ରାଜ୍ୟ ସରକାର । ଜମି, ଖଣି ଭଳି ଦୁର୍ନୀତିରେ ଲିପ୍ତ ରହିଛନ୍ତି ।

ରାଜ୍ୟ ସରକାରଙ୍କ ଏହି ଦୁର୍ନୀତି ବିରୋଧରେ ହିଁ କଂଗ୍ରେସ ମହାଲଢେଇ କରିବ ବୋଲି କହିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । ଏ ନେଇ ବିଜେଡି କହିଛି, ନିର୍ବାଚନ ପାଖେଇଲେ କେନ୍ଦ୍ରୀୟ ନେତା ସବୁ ଆସନ୍ତି । କିନ୍ତୁ ଓଡ଼ିଶାରେ ଏହାର କୌଣସି ପ୍ରଭାବ ପଡିବନି । ବିଜେପି ମଧ୍ୟ କଂଗ୍ରେସର ଅସ୍ତିତ୍ୱ ଉପରେ ପ୍ରଶ୍ନ ଉଠାଇଛି ।