• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ବିଜେପିରେ ଯୋଗଦେଲେ ମମତା ମହାନ୍ତ । ବିଜେପି ଦିଲ୍ଲୀ ମୁଖ୍ୟାଳୟରେ ସାଧାରଣ ସଂପାଦକ ଅରୁଣ ସିଂହଙ୍କ ଉପସ୍ଥିତିରେ ପଦ୍ମ ଧରିଲେ ମମତା । ଏହି ମିଶ୍ରଣ ପର୍ବରେ ଓଡ଼ିଶା ପ୍ରଭାରୀ ବିଜୟପାଲ୍‌ ସିଂ ତୋମାରଙ୍କ ସହ ବହୁ ନେତା ଉପସ୍ଥିତ ଥିଲେ । କାଲି ରାଜ୍ୟସଭା ସାଂସଦ ଓ ବିଜେଡିରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ ।

ବିଜେପିରେ ଯୋଗଦେବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି ମମତା ମହାନ୍ତ । ସେ କହିଛନ୍ତି ଯେ, ଲୋକମାନେ ମୋର ସଂପତ୍ତି, ଲୋକଙ୍କ ସେବା ହିଁ ଏକମାତ୍ର ଲକ୍ଷ୍ୟ । ବିଜେଡିରେ ଅଣଦେଖା କରାଗଲା, ସେବା ସୁଯୋଗ ପାଇଲିନି । ବିଜେଡିରେ ମୋର ଆଉ ଆବଶ୍ୟକତା ଲୋଡ଼ା ପଡୁନି ଅନୁଭବ କଲି ବୋଲି ମମତା ମହାନ୍ତ କହିଛନ୍ତି ।

ଅଧିକ ପଢନ୍ତୁ : ହଜିଯିବ BSKY ! ଆସିବ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ସ୍କିମ୍

ସୂଚନା ଅନୁସାରେ ନିର୍ବାଚନ ପରେ ବିଜୁ ଜନତା ଦଳକୁ ବଡ଼ ଧକ୍କା । ଗତକାଲି ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ ବିଜେଡି ସାଂସଦ ମମତା ମହାନ୍ତ । ରାଜ୍ୟସଭା ସାଂସଦ ପଦ ସହ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ସେ ଇସ୍ତଫା ଦେଇଥିଲେ । ଏ ନେଇ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ନିଜେ ସୂଚନା ଦେଇଥିଲେ ମମତା ।

ଇସ୍ତଫାର କାରଣ ସମ୍ପର୍କରେ ମମତା ଦର୍ଶାଇଥିଲେ ଯେ, ବିଜେଡିରେ ସେ ଅଲୋଡ଼ା ହୋଇପଡ଼ିଥିଲେ ଏବଂ ଦଳ ତାଙ୍କ ସେବାର ଆବଶ୍ୟକତା ଅନୁଭବ କରୁନଥିଲା । ସେ ଲୋକଙ୍କ ନେତା ଏବଂ ଲୋକଙ୍କ ସେବା ହିଁ ତାଙ୍କର ମୁଖ୍ୟ ଧ୍ୟେୟ ବୋଲି ସେ ଉଲ୍ଲେଖ କରିଛନ୍ତି । ଏହି କାରଣରୁ ସେ ଆଉ ସେହି ଦଳରେ ରହିବାର ଆବଶ୍ୟକତା ଅନୁଭବ କରୁନାହାନ୍ତି ବୋଲି ଉଲ୍ଲେଖ କରିଥିଲେ ମମତା ।

ମୟୂରଭଞ୍ଜ ଜିଲ୍ଲାର କୁଡ଼ୁମୀ ସଂପ୍ରଦାୟର ଟାଣୁଆ ନେତ୍ରୀ ମମତା ମହାନ୍ତ ୨୦୨୦ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ୨୦୨୬ ଏପ୍ରିଲରେ ତାଙ୍କ କାର୍ଯ୍ୟକାଳ ସରିବାର ଥିଲା । ତେବେ ଏହାର ପ୍ରାୟ ୨୧ ମାସ ପୂର୍ବରୁ ସେ ରାଜ୍ୟସଭା ସଭ୍ୟ ପଦ ସହ ବିଜେଡି ମଧ୍ୟ ଛାଡ଼ିଛନ୍ତି । ସେପଟେ ମମତା ସାଂସଦ ପଦରୁ ଇସ୍ତଫା ଦେଇଥିବା ନେଇ ରାଜ୍ୟସଭାର ଅଧ୍ୟକ୍ଷ ଜଗଦୀପ ଧନକଡ ସୂଚନା ଦେଇଥିଲେ। ମମତାଙ୍କ ଇସ୍ତଫା ପରେ ବିଜେଡିର ରାଜ୍ୟସଭା ସାଂସଦଙ୍କ ସଂଖ୍ୟା ୯ରୁ ୮କୁ ଖସିଛି।

ଅଧିକ ପଢନ୍ତୁ : ରାଜ୍ୟ ବଜେଟ୍ ‘ନେମ୍ ଚେଞ୍ଜର୍ ନୁହଁ, ଗେମ୍ ଚେଞ୍ଜର୍’ କହିଲେ ମୁଖ୍ୟମନ୍ତ୍ରୀ

OTV is now on Whatsapp

Join and get latest news update delivered to you via whatsapp

Join Now