/odishatv-khabar/media/post_attachments/uploadimage/library/16_9/16_9_0/IMAGE_1694590897.jpg)
Manmohan Samal
ବିଜେଡିର ବହୁ ବରିଷ୍ଠ ନେତା ଓ ବିଧାୟକ ଦଳରେ ଅଣନିଶ୍ୱାସୀ । ବିଜେଡିରେ ରହି କେହି ଖୁସି ନାହାନ୍ତି । ସମସ୍ତେ ଭୟ, ଆତଙ୍କରେ ଅଛନ୍ତି । ତେଣୁ ଅନେକ ବିଜେଡି ବିଧାୟକ ଆମ ସଂପର୍କରେ ଅଛନ୍ତି ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ମୋ ଦେଶ, ମୋ ମାଟି କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ସେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ।
ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ବିଧାୟକ କେହି ଦିଶୁନାହାନ୍ତି । ଓଡ଼ିଶାରେ ବିଚିତ୍ର ସ୍ଥିତି ଉପୁଜିବା ସହ ରାଜନୈତିକ ବ୍ୟବସ୍ଥା ନଷ୍ଟଭ୍ରଷ୍ଟ ହୋଇଗଲାଣି । 'ଆଗାମୀ ନିର୍ବାଚନରେ ସରକାର ପରିବର୍ତ୍ତନ ପାଇଁ ଲୋକେ ସ୍ଥିର କରିଛନ୍ତି । ଦୁର୍ନୀତିକୁ ବିରୋଧ କରି ବିଜେପି ସରକାର କରିବାକୁ ଲୋକେ ନିଷ୍ପତ୍ତି ନେଇଛନ୍ତି ବୋଲି ମନମୋହନ ସାମଲ କହିଛନ୍ତି । ଗଞ୍ଜାମକୁ କେନ୍ଦ୍ରର ବହୁ ଅନୁଦାନ ଆସିଛି, କିନ୍ତୁ ବିକାଶ ହୋଇନି ।
ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଆବାସ ଯୋଜନା ସଠିକ୍ କାର୍ଯ୍ୟକାରୀ ହୋଇନି ବୋଲି ସେ ଅଭିଯୋଗ କରିଛନ୍ତି । 5T ସଚିବଙ୍କ ଗସ୍ତ ସମୟରେ ଗଞ୍ଜାମ ଜିଲ୍ଲାରେ ବହୁ ପରିମାଣରେ ଅଭିଯୋଗ ଆସୁଥିବା ଘଟଣାକୁ ନେଇ ସମାଲୋଚନା କରିଛନ୍ତି । ଏମିତିକି ମୁଖ୍ୟମନ୍ତ୍ରୀଙ୍କ ନିଜ ନିର୍ବାଚନ ମଣ୍ଡଳୀରେ ୨୦୧୯ ଫନି ବାତ୍ୟାର କ୍ଷୟକ୍ଷତି ମିଳିନି କହି ସେ କଟାକ୍ଷ କରିଛନ୍ତି । ତେବେ ମନମୋହନଙ୍କ ଅଭିଯୋଗ ନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନି ।
ସେପଟେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ଓଡ଼ିଶାରେ ଏବେ ଗୁମସ୍ତା ଶାସନ ଚାଲିଛି, ଗଣତନ୍ତ୍ର ଲୋପ ପାଇଛି । ତଥ୍ୟ ଭିତ୍ତିକ ସମାଲୋଚନା କରିବାର ଅଧିକାର ସମସ୍ତଙ୍କର ରହିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)