/odishatv-khabar/media/post_attachments/uploadimage/library/16_9/16_9_0/IMAGE_1683971690.jpg)
minister pramila mallik given two additional charges
ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ମିଳିଲା ଆଉ ୨ ବିଭାଗ ଦାୟିତ୍ୱ। ପ୍ରମିଳାଙ୍କୁ ଗଣଶିକ୍ଷା ଓ ଶ୍ରମ ବିଭାଗ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ୨ ମନ୍ତ୍ରୀ ଇସ୍ତଫା ଦେଲା ପରେ ଖାଲି ପଡ଼ିଥିଲା ୨ ବିଭାଗ। କାଲି ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ। ଉଭୟେ କାହିଁକି ଇସ୍ତଫା ଦେଲେ ସେ ସମ୍ପର୍କରେ କୌଣସି ସୂଚନା ମିଳିନି ।
ଏହି ଦୁଇ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ପରେ ରାଜ୍ୟ ମନ୍ତ୍ରିମଣ୍ଡଳରେ ଅଦଳ ବଦଳ ଏକପ୍ରକାର ସ୍ପଷ୍ଟ ହୋଇଛି। ଉଭୟ ମନ୍ତ୍ରୀ ନବୀନ ସରକାରରେ ବିବାଦୀୟ ଥିଲେ । ପୁରୀ ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ମୃତ୍ୟୁ ମାମଲାରେ ସମୀର ଦାସଙ୍କ ଉପରଙ୍କୁ ଆଙ୍ଗୁଳି ଉଠିଥିଲା । ସେହିଭଳି ନିକଟରେ ପୁରୀ ଜିଲ୍ଲା ପରିଷଦ ଜୋନ୍ ନିର୍ବାଚନରେ ମଧ୍ୟ ବିଜେଡି ପ୍ରାର୍ଥୀଙ୍କ ପରାଜୟ ପରେ ସମୀରଙ୍କ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିଥିଲା ।
ସେହିପରି ଦୁଇ ମନ୍ତ୍ରୀଙ୍କ ପୂର୍ବରୁ ବିକ୍ରମ ଆରୁଖ ବିଧାନସଭାର ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣ ପାଇଁ ସେ ପଦବୀରୁ ଇସ୍ତଫା ଦେଇଥିବା କହିଛନ୍ତି । ସେ ଉପବାଚସ୍ପତି ରଜନୀକାନ୍ତ ସିଂଙ୍କ ନିକଟକୁ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି । ବାଚସ୍ପତି ପଦରୁ ଇସ୍ତଫା ଦେବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି ଭଞ୍ଜନଗର ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ବିକ୍ରମ କେଶରୀ ଆରୁଖ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)