ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ପାଇଁ ଆଜି ନାମାଙ୍କନ ଭରିବେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ । ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଗତକାଲି ବିଜେଡି ପ୍ରାର୍ଥୀ ଘୋଷଣା କରିଥିଲା। ଆସନ୍ତାକାଲି ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ହେବ। ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିଲା ବିଧାନସଭାର ବାଚସ୍ପତି ପଦ।
ବିଜେଡିର ପଞ୍ଚମ ପାଳି ସରକାରରେ ରାଜସ୍ୱ ମନ୍ତ୍ରୀ ଥିବା ପ୍ରମିଳା ମଲ୍ଲିକ ୬ ଥର ବିଧାୟିକା ହୋଇଛନ୍ତି। ସେହିଭଳି ବିଜେଡି ସରକାରରେ ଏକାଧିକ ଥର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଛନ୍ତି ଦଳର ଅଭିଜ୍ଞ ଓ ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ। ପ୍ରମିଳା ବାଚସ୍ପତି ହେଲେ ସେ ହେବେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି।...
Also Read
#ପ୍ରମିଳା_ମଲ୍ଲିକ_ହେବେ_ବାଚସ୍ପତି !
— ଓଟିଭି (@otvkhabar) September 21, 2023
ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ପାଇଁ ଆଜି ନାମାଙ୍କନ ଭରିବେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ। ଆସନ୍ତାକାଲି ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ହେବ...#PramilaMallik #OdishaAssemblySpeaker #OdishaAssembly pic.twitter.com/uJOGyUIngq
ସେପଟେ ବାଚସ୍ପତି ପ୍ରାର୍ଥୀ ଘୋଷଣା ପରେ ପ୍ରମିଳା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ‘ମୁଖ୍ୟମନ୍ତ୍ରୀ ତାଙ୍କ ଉପରେ ଭରସା ରଖିଥିବାରୁ ସେ କୃତଜ୍ଞ। ମହିଳା ବାଚସ୍ପତି ପ୍ରାର୍ଥୀ କରି ସେ ମହିଳାଙ୍କ ଦକ୍ଷତା ପ୍ରମାଣ କରିଛନ୍ତି। ନିରପେକ୍ଷ ଭାବେ ସବୁ ଦଳଙ୍କୁ ନେଇ ଗୃହ ଚଳାଇବି ବୋଲି କହିଛନ୍ତି ପ୍ରମିଳା ମଲ୍ଲିକ।...