• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ମିଳିଲା ବଡ଼ ଖବର । କେନ୍ଦ୍ର କ୍ୟାବିନେଟରେ ସାମିଲ୍ ପାଇଁ ସମ୍ଭାବ୍ୟ ମନ୍ତ୍ରୀଙ୍କୁ ଫୋନ୍ ଯାଇଥିବା ସୂଚନା ମିଳିଛି । ଜଣଙ୍କ ପରେ ଜଣେ ନେତାଙ୍କୁ ପିଏମ୍‌ଓରୁ ଯାଉଛି ଫୋନ୍ କଲ୍ । ଜିତନ ରାମ ମାନଝୀ ଓ ଅନୁପ୍ରିୟା ପଟେଲଙ୍କୁ ଫୋନ୍ ଯାଇଥିବା ସୂଚନା ମିଳିଛି । ସେହିପରି ଟିଡିପିର ମୋହନ ନାଇଡୁ ଓ ଚନ୍ଦ୍ରଶେଖର ପେମାସାନି ସାମିଲ୍ ହୋଇପାରନ୍ତି ।

ନୀତିନ ଗଡ଼କରି, ରାଜନାଥ ସିଂଙ୍କୁ ମିଳିପାରେ ମନ୍ତ୍ରୀ ପଦ ବୋଲି ସୂଚନା ମିଳୁଛି । ଜୟନ୍ତ ଚୌଧୁରୀ ଓ ଚିରାଗ ପାଶୱାନଙ୍କୁ ବି ମିଳିପାରେ ମନ୍ତ୍ରୀ ପଦ । ପୂର୍ବାହ୍ନ ସାଢ଼େ ୧୧ଟାରେ ନୂଆ ମନ୍ତ୍ରୀମାନଙ୍କୁ ଭେଟିବେ ମୋଦି ବୋଲି ଜଣାପଡ଼ିଛି । ପୀୟୁଷ ଗୋଏଲ୍, ମନୋହର ଖଟ୍ଟର ଓ ଅର୍ଜୁନ ରାମ ମେଘୱାଲଙ୍କୁ ଫୋନ୍ । ସେହିପରି ଶିବରାଜ ଚୌହାନ, ସର୍ବାନନ୍ଦ ସୋନୱାଲ୍, ବାସଭରାଜ ବୋମ୍ମାଇଙ୍କୁ ମଧ୍ୟ ଫୋନ୍ କଲ୍ ଯାଇଛି ।

ସେପଟେ ଆଜିଠୁ ମୋଦିଙ୍କ ତୃତୀୟ ଇନିଂସ ଆରମ୍ଭ ହେବ । ପ୍ରଧାନମନ୍ତ୍ରୀ ଭାବରେ ଶପଥ ନେବେ ନରେନ୍ଦ୍ର ମୋଦି । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ସନ୍ଧ୍ୟା ୭ଟା ୧୫ରେ ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ରାଷ୍ଟ୍ରପତି ଭବନରେ ହୋଇଛି ଭବ୍ୟ ଆୟୋଜନ ।

ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ମୋଦି ଶପଥ ନେବାକୁ ଥିବା ବେଳେ, ତାଙ୍କ ସହ କେନ୍ଦ୍ର କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିବେ । ତେବେ କାହାକୁ କେଉଁ ମନ୍ତ୍ରୀ ପଦ ମିଳିବ ଏବଂ କ୍ୟାବିନେଟର ରୂପରେଖ କଣ ରହିବ, ତାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି । ଶପଥ ଉତ୍ସବରେ ସାମିଲ ହେବେ ୭ ପଡ଼ୋଶୀ ଏବଂ ଭାରତ ମହାସାଗର କ୍ଷେତ୍ର ଅନ୍ତର୍ଗତ ଦେଶର ଶୀର୍ଷ ନେତାଙ୍କ ସମେତ ପ୍ରାୟ ୮ ହଜାର ଅତିଥି ।

ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳରେ ସହଯୋଗୀ ଦଳକୁ କେଉଁ ମନ୍ତ୍ରାଳୟ ମିଳିବ ତାକୁ ନେଇ ମଧ୍ୟ ଚର୍ଚ୍ଚା ଲାଗି ରହିଛି । ଚର୍ଚ୍ଚା ଯେ, ମୋଦିଙ୍କ ସହ ପ୍ରାୟ ୫୨ରୁ ୫୫ ଜଣ ମନ୍ତ୍ରୀ ଶପଥ ନେଇପାରନ୍ତି । ଏଥିରେ ୧୯ରୁ ୨୨ ଜଣ କ୍ୟାବିନେଟ୍ ମନ୍ତ୍ରୀ ଓ ୩୩ରୁ ୩୫ ଜଣ ରାଷ୍ଟ୍ରମନ୍ତ୍ରୀ ରହିପାରନ୍ତି । ମିଳିଥିବା ସୂଚନା ଅନୁଯାୟୀ ଟିଡିପି, ଜେଡିୟୁ, ଏଲଜେପି, ଆରଏଲଡି, ଜନସେନା, ଜେଡିଏସ ଓ ଅପନା ଦଳ ଏନଡିଏର ସହଯୋଗୀ ଭାବେ ସରକାରରେ ସାମିଲ ହୋଇପାରନ୍ତି ।

ଚର୍ଚ୍ଚା ଏହା ବି ଯେ, ଟିଡିପିକୁ ଗୋଟିଏ କ୍ୟାବିନେଟ, ଦୁଇଟି ରାଷ୍ଟ୍ରମନ୍ତ୍ରୀ, ଜେଡିୟୁକୁ ଗୋଟିଏ କ୍ୟାବିନେଟ, ଶିବସେନା, ଏଲଜେପି, ଆରଏଲଡି ଏବଂ ଏନସିପିକୁ ଗୋଟିଏ ମନ୍ତ୍ରୀ ପଦ ଦେଇ ସରକାରରେ ସାମିଲ କରାଯାଇପାରେ ।

OTV is now on Whatsapp

Join and get latest news update delivered to you via whatsapp

Join Now