/odishatv-khabar/media/post_attachments/uploadimage/library/16_9/16_9_0/IMAGE_1656762442.jpg)
Niranjan Pujari
ବିଧାନସଭାରେ ଚାଲିଛି ମୌସୁମୀ ଅଧିବେଶନ । ଆଉ ଅଧିବେଶନର ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଉପସ୍ଥାପନ କରିଛନ୍ତି ରାଜ୍ୟ ବଜେଟ । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ସେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି । ଏହି ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ କୋଟିର ବ୍ୟୟ ଅଟକଳ କରାଯାଇଛି ।
ତେବେ କାଳିଆ ଯୋଜନା ପାଇଁ ୧୮୭୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ କୃଷି ଗବେଷଣା ଓ ଶିକ୍ଷା ପାଇଁ ୧୬୧ କୋଟି ବ୍ୟୟବରାଦ କରାଯାଇଛି । ଉଦ୍ୟାନ କୃଷି ବିକାଶ ପାଇଁ ୩୧୨ କୋଟି ବ୍ୟୟବରାଦ କରାଯାଇଥିବା ବେଳେ କୃଷକ ପରିବାରକୁ ଆୟ ସହାୟତା ପାଇଁ ୧୨୨ କୋଟି ।
ସେହିଭଳି ଜଳସେଚନ ପାଇଁ କୋରାପୁଟରେ ଝଞ୍ଜାବତୀ ପ୍ରକଳ୍ପ ଯୋଜନା ଆରମ୍ଭ କରାଯାଇଛି । ଏଥିରେ ୧୨ ହଜାର ୫୦୦ ନଳକୂପ ଖନନ ହେବ । ଏଥିପାଇଁ ବ୍ୟୟବରାଦ ୪୦୦ କୋଟି କରାଯାଇଛି । ସେହିଭଳି ବନ୍ୟା ନିୟନ୍ତ୍ରଣ ପାଇଁ ୯୬୮ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଥିବା ବେଳେ ପାର୍ବତୀ ଗିରି ଯୋଜନା ପାଇଁ ୫ ବର୍ଷରେ ଖର୍ଚ୍ଚ ହେବ ୧୦ ହଜାର ୭୫୯ କୋଟି । ଚାଷୀମାନଙ୍କୁ କୃଷି ଋଣ ସୁଧ ସହାୟତା ପାଇଁ ୮୯୩ କୋଟି ବରାଦ କରାଯାଇଛି ।
ସେପଟେ ଜନସ୍ୱାସ୍ଥ୍ୟ ପାଇଁ ୧୨ ହଜାର ୬୨୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୨୬୬୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ସେହିଭଳି ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୨୭ ହଜାର ୩୨୪ କୋଟି ବ୍ୟୟବରାଦ କରାଯାଇଛି । ମୋ ସ୍କୁଲ ପାଇଁ ୬୪୬ କୋଟି, ସ୍କୁଲ ରୂପାନ୍ତରୀକରଣ ପାଇଁ ୧୦୦ କୋଟି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)