• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଭୁବନେଶ୍ୱର ମହାନଗର ନିଗମର ଯୋଗ୍ୟ ପ୍ରାର୍ଥୀ ତାଲିକା ପ୍ରକାଶ । ମେୟର ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ସମସ୍ତ ୧୨ଜଣ ପ୍ରାର୍ଥୀଙ୍କ ପ୍ରାର୍ଥୀତ୍ୱ କାଏମ ରହିଲା । ବିଏମ୍‌ସିର ୬୭ଟି ୱାର୍ଡର କର୍ପୋରେଟର ପଦବୀ ପାଇଁ ମୋଟ ୩୪୩ଟି ନାମାଙ୍କନ ପତ୍ର ଦାଖଲ ହୋଇଥିଲା । ଯାଞ୍ଚ ସମୟରେ ଗତକାଲି କେବଳ ଜଣେ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ନାକଚ ହୋଇଛି ।

ଫଳରେ ବିଏମସିର ୬୭ଟି ୱାର୍ଡ ପାଇଁ ବର୍ତ୍ତମାନ ୩୪୨ଜଣ ଯୋଗ୍ୟ ପ୍ରାର୍ଥୀ ରହିଛନ୍ତି । ଭୁବନେଶ୍ୱର ମହାନଗର ନିଗମର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ଦ୍ୱାରା ବରିଷ୍ଠ IAS ତଥା ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦେଶକ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ଅବଜର୍ଭର ଭାବେ ଦାୟିତ୍ୱ ଦିଆଯାଇଛି ।

ତେବେ ଆସନ୍ତା ୨୪ରେ ପୌର ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ ଏବଂ ୨୬ରେ ଭୋଟ୍‌ ଗଣତି ହେବ । ଆସନ୍ତା ୧୪ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ସମୟ ଦିଆଯାଇଛି । ମେୟର ଓ ପୌରାଧ୍ୟକ୍ଷ ନିର୍ବାଚନ ଏଥର ସିଧାସଳଖ ହେବ । ସେହିପରି ଭୋଟିଂ ପାଇଁ ଇଭିଏମ୍ ବ୍ୟବହାର କରାଯିବ । ପ୍ରତି ବୁଥ୍‌ରେ ୨ଟି ଇଭିଏମ୍ ରହିବ। ଗୋଟିଏ ଇଭିଏମ୍‌ରେ ମେୟର କିମ୍ବା ପୌରାଧ୍ୟକ୍ଷଙ୍କୁ ଭୋଟ୍‌ ଦେଇ ହେବ । ଅନ୍ୟ ଇଭିଏମ୍‌ରେ କାଉନସିଲର କିମ୍ବା କର୍ପୋରେଟରଙ୍କୁ ଭୋଟ୍‌ ଦେଇ ହେବ ।

ପ୍ରଥମ ଥର ପାଇଁ ପୌର ନିର୍ବାଚନରେ ନୋଟା ବିକଳ୍ପ ରହିବ । ଏପ୍ରିଲ ୭ରେ ପୌର ଉପାଧ୍ୟକ୍ଷ, ୮ରେ ଡେପୁଟି ମେୟର ନିର୍ବାଚନ ହେବ । ୧୦୬ NAC/ମ୍ୟୁନିସିପାଲିଟି ଓ ୩ଟି ମହାନଗରରେ ନିର୍ବାଚନ ହେବ । ଅଦାଲତି ମାମଲା ପାଇଁ ପୁରୀ ମ୍ୟୁନିସିପାଲିଟିରେ ନିର୍ବାଚନ ହେବ ନାହିଁ । ଅବଧି ସରିବାର ୩ ବର୍ଷ ପରେ ପୌର ନିର୍ବାଚନ ହେଉଛି । ତେବେ ସିଟ୍‌ ରିଜରଭେସନ୍‌ ନେଇ ହୋଇଥିବା ବିବାଦରୁ ନିର୍ବାଚନରେ ବିଳମ୍ବ ହୋଇଥିଲା ।