• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ସ୍ୱଚ୍ଛ ,ଅବାଧ ଓ ନିରପେକ୍ଷ ପୌର ନିର୍ବାଚନ ପାଇଁ ଅଣ୍ଟା ଭିଡ଼ିଲା କଟକ ଜିଲ୍ଲା ପ୍ରଶାସନ । ଆସନ୍ତା ୨୪ ତାରିଖରେ ନିର୍ବାଚନ ହେବାକୁ ଥିଲା ବେଳେ ସୁରକ୍ଷା ପ୍ରସଙ୍ଗରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି ।

 ଏହି ବୈଠକରେ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ ବିଭିନ୍ନ ବିଭାଗର ଅଧକାରୀ ଓ ନିର୍ବାଚନ ପର୍ଯ୍ୟବେକ୍ଷକମାନଙ୍କ ସହ ଆଲୋଚନା କରିଛନ୍ତି ।

ସୂଚନା ଅନୁସାରେ, କଟକ ମହାନଗର ନିଗମରେ ମୋଟ ୪୪୯ ବୁଥ ରହିଛି, ଏହାରି ମଧ୍ୟରେ ସମ୍ବେଦନଶୀଳ ବୁଥରେ ସିସିଟିଭି ଲଗାଯିବା ସହ କଡ଼ା ସୁରକ୍ଷା ବ୍ୟବସ୍ଥା ରହିବ ।

ସେହିପରି ମହାନଗର ନିଗମ ସମେତ ଆଠଗଡ଼, ବାଙ୍କୀ ଚୌଦ୍ୱାରରେ ମଧ୍ୟ ପୌର ନିର୍ବାଚନ ଅନୁଷ୍ଠିତ ହେବ । ମତ ଦାତା ଓ ପୋଲିଂ ଅଫିସରମାନଙ୍କ ସୁରକ୍ଷା, ନିର୍ବାଚନ ବେଳେ ଜିଲ୍ଲା ପ୍ରଶାସନ ଅବକାରୀ ବିକ୍ରୟ ଦିଗ ଉପରେ ଫୋକସ ରଖିଛି ।

ଅନ୍ୟପକ୍ଷେ, ଆସନ୍ତା ୨୪ରେ ପୌର ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ ଏବଂ ୨୬ରେ ଭୋଟ୍‌ ଗଣତି ହେବ । ଆସନ୍ତା ୧୪ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ସମୟ ଦିଆଯାଇଛି । ମେୟର ଓ ପୌରାଧ୍ୟକ୍ଷ ନିର୍ବାଚନ ଏଥର ସିଧାସଳଖ ହେବ । ସେହିପରି ଭୋଟିଂ ପାଇଁ ଇଭିଏମ୍ ବ୍ୟବହାର କରାଯିବ । ପ୍ରତି ବୁଥ୍‌ରେ ୨ଟି ଇଭିଏମ୍ ରହିବ। ଗୋଟିଏ ଇଭିଏମ୍‌ରେ ମେୟର କିମ୍ବା ପୌରାଧ୍ୟକ୍ଷଙ୍କୁ ଭୋଟ୍‌ ଦେଇ ହେବ । ଅନ୍ୟ ଇଭିଏମ୍‌ରେ କାଉନସିଲର କିମ୍ବା କର୍ପୋରେଟରଙ୍କୁ ଭୋଟ୍‌ ଦେଇ ହେବ ।

ପ୍ରଥମ ଥର ପାଇଁ ପୌର ନିର୍ବାଚନରେ ନୋଟା ବିକଳ୍ପ ରହିବ । ଏପ୍ରିଲ ୭ରେ ପୌର ଉପାଧ୍ୟକ୍ଷ, ୮ରେ ଡେପୁଟି ମେୟର ନିର୍ବାଚନ ହେବ । ୧୦୬ NAC/ମ୍ୟୁନିସିପାଲିଟି ଓ ୩ଟି ମହାନଗରରେ ନିର୍ବାଚନ ହେବ । ଅଦାଲତି ମାମଲା ପାଇଁ ପୁରୀ ମ୍ୟୁନିସିପାଲିଟିରେ ନିର୍ବାଚନ ହେବ ନାହିଁ । ଅବଧି ସରିବାର ୩ ବର୍ଷ ପରେ ପୌର ନିର୍ବାଚନ ହେଉଛି । ତେବେ ସିଟ୍‌ ରିଜରଭେସନ୍‌ ନେଇ ହୋଇଥିବା ବିବାଦରୁ ନିର୍ବାଚନରେ ବିଳମ୍ବ ହୋଇଥିଲା ।