• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ପୌର ନିର୍ବାଚନ ଲାଗି ଆଜି ମତଦାନ। ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଏହା ଚାଲିବ। ରାଜ୍ୟର ୧୦୬ ମ୍ୟୁନିସିପାଲିଟି, ଏନ୍ଏସି ଓ ୩ ମହାନଗର ନିଗମର ୪୦ ଲକ୍ଷରୁ ଅଧିକ ଭୋଟର ସେମାନଙ୍କ ପ୍ରତିନିଧିଙ୍କୁ ନିର୍ବାଚିତ କରିବେ। ଏଥର ପ୍ରଥମଥର ପାଇଁ ମେୟର ଏବଂ ପୌରାଧ୍ୟକ୍ଷ ପଦ ପାଇଁ ପ୍ରତ୍ୟକ୍ଷ ନିର୍ବାଚନ ହେଉଛି।

ରାଜଧାନୀରେ ଭୁବନେଶ୍ୱରରେ କିଏ ପିନ୍ଧିବେ ମେୟର ମୁକୁଟ ? ଭୁବନେଶ୍ୱର ମେୟର ନିର୍ବାଚନକୁ ନେଇ ସବୁଠୁ ଅଧିକ ଚର୍ଚ୍ଚା । ମଇଦାନରେ ରହିଛନ୍ତି ୩ ପ୍ରମୁଖ ଦଳ ବିଜେପି-କଂଗ୍ରେସ-ବିଜେଡି ପ୍ରାର୍ଥୀ । ବିଜେଡିରୁ ସୁଲୋଚନା ଦାସ, କଂଗ୍ରେସରୁ ମଧୁସ୍ମିତା ଆଚାର୍ଯ୍ୟ ବିଜେପିରୁ ସୁନୀତି ମୁଣ୍ତଙ୍କ ଆଜି ଭାଗ୍ୟ ପରୀକ୍ଷା ହେବ ।

ବିଜେଡି ମେୟର ପ୍ରାର୍ଥୀ ସୁଲୋଚନା ଦାସ ନୟାପଲ୍ଲୀ ୱାର୍ଡ ନଂ ୩୯ ଅନ୍ତର୍ଗତ ଏକ ବୁଥ୍‌ରେ ମତଦାନ କରିଛନ୍ତି । ସେ ସାଧାରଣ ଜନତାଙ୍କ ମଧ୍ୟରେ ଛିଡା ରହି ମତଦାନ କରିଥିବାର ଦେଖିବାକୁ ମିଳିଛି । ସେ କହିଛନ୍ତି ଯେ, ଭୋଟ ଦିଅନ୍ତୁ ଏବଂ ସମସ୍ତେ ଆସି ନିଜର ଗଣତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରିବା ଦରକାର ।