Advertisment

ପୌର ନିର୍ବାଚନ: ଦିନ ୧୧ଟା ସୁଦ୍ଧା ୨୧ ପ୍ରତିଶତ ମତଦାନ

ରାଜ୍ୟର ୧୦୬ ମ୍ୟୁନିସିପାଲିଟି, ଏନ୍ଏସି ଓ ୩ ମହାନଗର ନିଗମରେ ୪୦ ଲକ୍ଷରୁ ଅଧିକ ଭୋଟର ସେମାନଙ୍କ ମନ ପସନ୍ଦର ପ୍ରତିନିଧି ବାଛୁଛନ୍ତି । ପ୍ରଥମଥର ପାଇଁ ମେୟର ଏବଂ ପୌରାଧ୍ୟକ୍ଷ ପଦ ପାଇଁ ପ୍ରତ୍ୟକ୍ଷ ନିର୍ବାଚନ ହେଉଛି । ଦିନ ୧୧ଟା ସୁଦ୍ଧା ୨୧ ପ୍ରତିଶତ ଭୋଟିଂ ହୋଇଥିବା ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ସୂଚନା ଦିଆଯାଇଛି ।

author-image
Otv Khabar Bureau
ଅଦ୍ୟତନ ହୋଇଛି
undefined

Voting

ପୌର ନିର୍ବାଚନ ଲାଗି ଚାଲିଛି ମତଦାନ । ଦିନ ୧୧ଟା ସୁଦ୍ଧା ୨୧ ପ୍ରତିଶତ ଭୋଟିଂ ହୋଇଥିବା ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ସୂଚନା ଦିଆଯାଇଛି । ସକାଳ ୮ରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଏହା ସଂଧ୍ୟା ୫ଟା ଯାଏଁ ଚାଲିବ । ସବୁ ବୁଥ ଆଗରେ ଭୋଟ ଦେବାକୁ ଭୋଟରଙ୍କ ଲମ୍ବା ଲାଇନ୍ ଦେଖିବାକୁ ମିଳିଛି ।

Advertisment

ରାଜ୍ୟର ୧୦୬ ମ୍ୟୁନିସିପାଲିଟି, ଏନ୍ଏସି ଓ ୩ ମହାନଗର ନିଗମରେ ୪୦ ଲକ୍ଷରୁ ଅଧିକ ଭୋଟର ସେମାନଙ୍କ ମନ ପସନ୍ଦର ପ୍ରତିନିଧି ବାଛୁଛନ୍ତି । ପ୍ରଥମଥର ପାଇଁ ମେୟର ଏବଂ ପୌରାଧ୍ୟକ୍ଷ ପଦ ପାଇଁ ପ୍ରତ୍ୟକ୍ଷ ନିର୍ବାଚନ ହେଉଛି । ପୌର ନିର୍ବାଚନ ଲାଗି ସାରା ରାଜ୍ୟରେ ୧୯୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ସମ୍ବେଦନଶୀଳ ବୁଥ୍ ଗୁଡ଼ିକର ଭିଡିଓଗ୍ରାଫି ମଧ୍ୟ କରାଯାଉଛି ।

କୌଣସି ବ୍ୟକ୍ତି ଯଦି ପଞ୍ଚାୟତ ନିର୍ବାଚନରେ ଭୋଟ୍ ଦେଇଥିବା ସତ୍ତ୍ୱେ ପୌର ନିର୍ବାଚନରେ ଭୋଟ୍ ଦେବାର ପ୍ରମାଣ ମିଳିବ, ଅର୍ଥାତ ଡବଲ୍ ଭୋଟିଂ କରିବେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ସ୍ପଷ୍ଟ କରିଛନ୍ତି।

Advertisment

ରାଜଧାନୀ ଭୁବନେଶ୍ୱରରେ ଶାନ୍ତି ଶୃଙ୍ଖଳା ଓ ଅବାଧରେ ନିର୍ବାଚନ ପାଇଁ କମିଶନରେଟ ପୋଲିସ ବ୍ୟାପକ ପ୍ରସ୍ତୁତି କରିଛି। ନିର୍ବାଚନ ପାଇଁ ୫୦ ପ୍ଲାଟୁନ ଫୋର୍ସ, ୧୫୦ ପୋଲିସ ଅଫିସର ମୁତୟନ ହୋଇଛନ୍ତି। ଏହାସହ ୭୦୫ ବୁଥ୍‌ ପାଇଁ ପୋଲିଂ ପାର୍ଟି ସହ ପୋଲିସ ପଠାଯାଇଛି। ଜଟଣୀ ଏବଂ ଭୁବନେଶ୍ୱର ପାଇଁ ୫୫ଟି ମୋବାଇଲ ପାର୍ଟି ନିଯୁକ୍ତ ହୋଇଛନ୍ତି। ପାଟ୍ରୋଲିଂ କଡ଼ାକଡ଼ି କରାଯାଇଥିବା ବେଳେ, ବିଶୃଙ୍ଖଳାକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିସିପି ଉମାଶଙ୍କର ଦାଶ କହିଛନ୍ତି।

Municipal Election 2022 Voting Percentage
Advertisment
Advertisment