Advertisment

ଆଜି ପୌର ନିର୍ବାଚନ: ଡବଲ୍‌ ଭୋଟ୍‌ ଦେଲେ କାର୍ଯ୍ୟାନୁଷ୍ଠାନ

ପୌର ନିର୍ବାଚନ ଲାଗି ଆଜି ମତଦାନ। ରାଜ୍ୟର ୧୦୬ ମ୍ୟୁନିସିପାଲିଟି, ଏନ୍ଏସି ଓ ୩ ମହାନଗର ନିଗମର ୪୦ ଲକ୍ଷରୁ ଅଧିକ ଭୋଟର ସେମାନଙ୍କ ପ୍ରତିନିଧିଙ୍କୁ ନିର୍ବାଚିତ କରିବେ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Odisha Municipal Elections

Odisha Municipal Elections

ପୌର ନିର୍ବାଚନ ଲାଗି ଆଜି ମତଦାନ। ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଏହା ଚାଲିବ। ରାଜ୍ୟର ୧୦୬ ମ୍ୟୁନିସିପାଲିଟି, ଏନ୍ଏସି ଓ ୩ ମହାନଗର ନିଗମର ୪୦ ଲକ୍ଷରୁ ଅଧିକ ଭୋଟର ସେମାନଙ୍କ ପ୍ରତିନିଧିଙ୍କୁ ନିର୍ବାଚିତ କରିବେ। ଏଥର ପ୍ରଥମଥର ପାଇଁ ମେୟର ଏବଂ ପୌରାଧ୍ୟକ୍ଷ ପଦ ପାଇଁ ପ୍ରତ୍ୟକ୍ଷ ନିର୍ବାଚନ ହେଉଛି। 

Advertisment

ସମ୍ବେଦନଶୀଳ ବୁଥ୍ ଗୁଡ଼ିକର ଭିଡିଓଗ୍ରାଫି କରାଯିବ ବୋଲି ରାଜ୍ୟ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି। କୌଣସି ବ୍ୟକ୍ତି ଯଦି ପଞ୍ଚାୟତ ନିର୍ବାଚନରେ ଭୋଟ୍ ଦେଇଥିବା ସତ୍ତ୍ୱେ ପୌର ନିର୍ବାଚନରେ ଭୋଟ୍ ଦେବାର ପ୍ରମାଣ ମିଳିବ, ଅର୍ଥାତ ଡବଲ୍ ଭୋଟିଂ କରିବେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ସ୍ପଷ୍ଟ କରିଛନ୍ତି।

ରାଜଧାନୀ ଭୁବନେଶ୍ୱରରେ ଶାନ୍ତି ଶୃଙ୍ଖଳା ଓ ଅବାଧରେ ନିର୍ବାଚନ ପାଇଁ କମିଶନରେଟ ପୋଲିସ ବ୍ୟାପକ ପ୍ରସ୍ତୁତି କରିଛି। ନିର୍ବାଚନ ପାଇଁ ୫୦ ପ୍ଲାଟୁନ ଫୋର୍ସ, ୧୫୦ ପୋଲିସ ଅଫିସର ମୁତୟନ ହୋଇଛନ୍ତି। ଏହାସହ ୭୦୫ ବୁଥ୍‌ ପାଇଁ ପୋଲିଂ ପାର୍ଟି ସହ ପୋଲିସ ପଠାଯାଇଛି।  ଜଟଣୀ ଏବଂ ଭୁବନେଶ୍ୱର ପାଇଁ ୫୫ଟି ମୋବାଇଲ ପାର୍ଟି ନିଯୁକ୍ତ ହୋଇଛନ୍ତି। ପାଟ୍ରୋଲିଂ କଡ଼ାକଡ଼ି କରାଯାଇଥିବା ବେଳେ, ବିଶୃଙ୍ଖଳାକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିସିପି ଉମାଶଙ୍କର ଦାଶ କହିଛନ୍ତି। 

Advertisment
Municipal Elections 2022 Odisha Municipal Elections
Advertisment
Advertisment