Voting will take place again today due to an error in the EVM
ନବରଙ୍ଗପୁର ଜିଲ୍ଲା ଉମରକୋଟ ପୌର ପରିଷଦ ୮ ନମ୍ବର ଓ୍ୱାର୍ଡର ୧୪ ନମ୍ବର ବୁଥ୍ରେ ଆଜି ପୁଣିଥରେ ଭୋଟ୍ ହେବ । ଏହି ବୁଥ୍ରେ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବ ଇଭିଏମ୍ରେ ତ୍ରୁଟି ଯୋଗୁଁ ଗତକାଲି ମତଦାନ ବନ୍ଦ ରଖାଯାଇଥିଲା । ଏହି ବୁଥ୍ରେ ଅଧ୍ୟକ୍ଷ ପଦ ପାଇଁ ଥିବା ଇଭିଏମ୍ରେ ପ୍ରାର୍ଥୀଙ୍କ ନାଁ ଓ ଚିହ୍ନରେ ତ୍ରୁଟି ଦେଖାଦେଇଥିଲା ।
ଉମରକୋଟ୍ ଆସନରେ ଅଧ୍ୟକ୍ଷ ପଦ ପାଇଁ ପ୍ରାର୍ଥୀ ହୋଇଥିବା ନାଁ ନରହି ନବରଙ୍ଗପୁର ମ୍ୟୁନିସିପାଲିଟିର ପ୍ରାର୍ଥୀଙ୍କ ନାଁ ଥିବା ଦେଖିବାକୁ ମିଳିଥିଲା । ଏ କଥା ଜଣାପଡ଼ିବା ବେଳେକୁ ଇଭିଏମ୍ରେ ୩୯୨ଟି ଭୋଟ୍ ପଡ଼ି ସାରିଥିଲା ତେବେ ଜଣେ ଭୋଟର ଭୁଲ୍ ସଂପର୍କରେ ପ୍ରିଜାଇଡିଂ ଅଫିସରଙ୍କୁ ଜଣାଇବା ପରେ ମତଦାନ ସ୍ଥଗିତ ରହିଥିଲା ଯାହାକୁ ନେଇ ବୁଥ୍ରେ ଉତ୍ତେଜନା ଦେଖାଦେଇଥିଲା ପରେ ପୋଲିସ, ପୌର ଅଧିକାରୀ ଓ ନିର୍ବାଚନ ଅଧିକାରୀ ପହଞ୍ଚି ମତଦାନ ସଂପୂର୍ଣ୍ଣ ବନ୍ଦ କରିଥିଲେ ।
ସୂଚନା ଅନୁସାରେ,ଉମରକୋଟ୍ ମ୍ୟୁନିସିପାଲିଟି ଅଧ୍ୟକ୍ଷ ପଦ ପାଇଁ ଲଢ଼େଇ କରୁଥିବା ପ୍ରାର୍ଥୀଙ୍କ ନାଁ ବଦଳରେ ସେହି ବୁଥ୍ରେ ନବରଙ୍ଗପୁର ମ୍ୟୁନିସିପାଲିଟିର ପ୍ରାର୍ଥୀଙ୍କ ନାଁ ଥିବା ଦେଖିବାକୁ ରହିଥିଲା । ଏଭଳି ସାଂଘାତିକ ତ୍ରୁଟି ଜଣାପଡ଼ିବା ବେଳକୁ ଇଭିଏମ୍ରେ ୩୯୨ଟି ଭୋଟ୍ ପଡ଼ି ସାରିଥିଲା । ତେବେ ଜଣେ ଭୋଟର ଭୁଲ୍ ସଂପର୍କରେ ପ୍ରିଜାଇଡିଂ ଅଫିସରଙ୍କୁ ଜଣାଇବା ପରେ ମତଦାନ ସ୍ଥଗିତ ରହିଥିଲା । ଯାହାକୁ ନେଇ ବୁଥ୍ରେ ଉତ୍ତେଜନା ଦେଖାଦେଇଥିଲା । ପରେ ସ୍ଥାନୀୟ ପୋଲିସ, ପୌର ଅଧିକାରୀ ଓ ନିର୍ବାଚନ ଅଧିକାରୀ ପହଞ୍ଚି ମତଦାନ ସଂପୂର୍ଣ୍ଣ ବନ୍ଦ କରିବା ସହ ଆଜି ପୁଣି ଥରେ ଏହି ବୁଥ୍ରେ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବ ବୋଲି ଘୋଷଣା କରାଯାଇଥିଲା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)