Advertisment

Naba Das Murder: ନବ ଦାସ ହତ୍ୟା ମାମଲା; CBI ତଦନ୍ତ ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ୍ କଲେ ନବଙ୍କ ପତ୍ନୀ

ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା । ଖୁବଶୀଘ୍ର ପୂର୍ବତନ ମନ୍ତ୍ରୀଙ୍କ ହତ୍ୟାର ହୋଇପାରେ ସିବିଆଇ ତଦନ୍ତ । ସିବିଆଇ ତଦନ୍ତ ଦାବିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଇ-ମେଲ୍ କଲେ ନବଙ୍କ ପତ୍ନୀ । ପଢନ୍ତୁ ପୁରା ଖବର ।

author-image
Namita Biswal
ଅଦ୍ୟତନ ହୋଇଛି
 Naba Das

Naba Das murder case

ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ନୂଆ ମୋଡ଼ । ମାମଲାର ସିବିଆଇ ତଦନ୍ତ ପାଇଁ ଲିଖିତ ଆବେଦନ କରିବାକୁ ଚାହୁଁଛନ୍ତି ନବ ଦାସଙ୍କ ପରିବାର । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଇ-ମେଲ୍ କରିଛନ୍ତି ନବଙ୍କ ପତ୍ନୀ ମିନତୀ ଦାସ । ଇ-ମେଲ୍‌ରେ ସେ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତକାର ପାଇଁ ସମୟ ମାଗିଛନ୍ତି । ଗତ ୧୧ ତାରିଖରେ ମିନତୀ ଦାସ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିବାକୁ ଇ-ମେଲ୍ ସହ ଏକ ଚିଠି କରିଥିବା ଜଣାପଡିଛି । ଏନେଇ ପୁଅ ବିଶାଲ ଦାସ ସୂଚନା ଦେଇଛନ୍ତି ।

Advertisment

ଅଧିକ ପଢ଼ନ୍ତୁ:  ନବ ଦାସ ହତ୍ୟା ମାମଲାକୁ ନେଇ ପୁଣି ତେଜିଲା ରାଜନୀତି, ଦୀପାଳିଙ୍କ କୋର୍ଟକୁ ବଲ୍ ପିଙ୍ଗିଲେ ଆଇନ ମନ୍ତ୍ରୀ

ନବ ଦାସଙ୍କ ପତ୍ନୀ ମିନତୀ ଦାସ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତକାର ପାଇଁ ସମୟ ମାଗିଛନ୍ତି । ସେ ଇ-ମେଲ୍ ସହ ପୋଷ୍ଟାଲରେ ମଧ୍ୟ ଚିଠି ପଠାଇଛନ୍ତି । ସିବିଆଇ ତଦନ୍ତ ପାଇଁ ଚାହୁଁଥିଲେ ପରିବାର ଲୋକଙ୍କୁ ଲିଖିତ ଭାବେ ଦେବାକୁ ପଡିବ । ଲିଖିତ ଭାବେ ଜଣାଇଲେ ସରକାର ଏ ସଂକ୍ରାନ୍ତରେ ନିଷ୍ପତ୍ତି ନେବେ ବୋଲି ନିକଟରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଥିଲେ । ଏହି କ୍ରମରେ ନବଙ୍କ ପରିବାର ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଲିଖିତ ଆବେଦନ କରିବାକୁ ଇ-ମେଲ୍ କରିଥିବା ଜଣାପଡିଛି ।

Advertisment

ସୂଚନାଯୋଗ୍ୟ, ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରୁ ଇତିମଧ୍ୟରେ ୨ ବର୍ଷ ପୁରୁଛି । ୨୦୨୩ ମସିହା ଜାନୁଆରୀ ୨୯ ତାରିଖରେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରର ଗାନ୍ଧି ଛକରେ ଦିନ ପ୍ରାୟ ସାଢ଼େ ୧୧ଟା ବେଳେ ନବ ଦାସଙ୍କ ଉପରକୁ ଗୁଳିମାଡ଼ କରାଯାଇଥିଲା। ତାଙ୍କୁ ପ୍ରଥମେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଏୟାରଲିଫ୍ଟ କରି ଭୁବନେଶ୍ୱର ଆପୋଲୋ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ଝାରସୁଗୁଡାରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ବିଜେପି ନେତା ଜୟନାରାୟଣ ମିଶ୍ର ଅଭିଯୋଗ କରିଥିଲେ । 

ନବ ଦାସ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ବ୍ରଜରାଜନଗର ଯାଇଥିଲେ। କାର୍ଯ୍ୟକ୍ରମ ସ୍ଥଳ ନିକଟରେ ସେ ଗାଡ଼ିରୁ ଓହ୍ଲାଇବା ମାତ୍ରେ ତାଙ୍କ ଉପରକୁ ଗୁଳି ମାଡ଼ ହୋଇଥିଲା । ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ତାଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲା । ବ୍ରଜରାଜନଗରର ଗାନ୍ଧି ଛକ ପୋଲିସ ଆଉଟପୋଷ୍ଟରେ ଏଏସ୍‌ଆଇ ଗୋପାଳ ଦାସ ତାଙ୍କ ଉପରକୁ ଗୁଳି କରିଥିଲା। ଏହି ହାଇପ୍ରୋଫାଇଲ ହତ୍ୟାକାଣ୍ଡର ଏକମାତ୍ର ଅଭିଯୁକ୍ତ ଗୋପାଳ ଦାସ ଏବେ ଜେଲରେ ଅଛିଏବଂ ମାମଲା ଏବେ ନ୍ୟାୟାଳୟରେ ବିଚାରାଧୀନ ଅଛି । 

ଅଧିକ ପଢ଼ନ୍ତୁ: ବିଜେଡିର କଥାକଥିତ ଆଗଧାଡ଼ିର ନେତାଙ୍କୁ ଟାର୍ଗେଟ କଲେ ଅଶୋକ ପଣ୍ଡା, କହିଲେ...

Naba Das CBI Probe Minister Naba Das
Advertisment
Advertisment