Advertisment

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ହେଲିକପ୍ଟରରେ ଗଲେ ଚଣ୍ଡିଖୋଲ

ଉନ୍ନୟନ ମୂଳକ ପ୍ରକଳ୍ପ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।

ଅଦ୍ୟତନ ହୋଇଛି
PM Narendra Modi Odisha Visit

Narendra Modi

Advertisment

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସ୍ୱତନ୍ତ୍ର ବିମାନରେ ତେଲେଙ୍ଗାନାରୁ ଆସି ପହଞ୍ଚିଲେ । ଭୁବନେଶ୍ୱରରୁ ହେଲିକପ୍ଟରରେ ଚଣ୍ଡିଖୋଲ ଯିବେ । ୩ଟା ୩୦ରେ ସରକାରୀ କାର୍ଯ୍ୟକ୍ରମରେ ଦେବେ ଯୋଗ । ୪ଟା ୧୫ରେ ସାଧାରଣ ସଭାରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ତେବେ ମାସକ ପରେ ପୁଣି ଓଡ଼ିଶା ଆସିଛନ୍ତି ପ୍ରଧାନମନ୍ତ୍ରୀ । ଗତମାସ ୩ ତାରିଖରେ ସମ୍ବଲପୁର ଆସିଥିଲେ ।

Advertisment

ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟବାସୀଙ୍କୁ ଭେଟିଦେବେ ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ । ଏଥିସହ ସାଧାରଣ ସଭାରେ ସେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।ପାରାଦୀପ ରିଫାଇନାରିରେ ଭାରତୀୟ ତୈଳ ନିଗମ ଲିମିଟେଡର ମନୋ ଏଥିଲିନ୍ ଗ୍ଲାଇକଲ୍ ପ୍ରକଳ୍ପକୁ ମୋଦି ଉଦଘାଟନ କରିବେ। ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ୩୪୪ କିଲୋମିଟର ଲମ୍ବ ଉତ୍ପାଦ ପାଇପଲାଇନ୍ ପ୍ରକଳ୍ପ ଏବଂ ପାରାଦୀପରେ ନିର୍ମିତ ୦.୬ MMTPA ଏଲପିଜି ଆମଦାନୀ ସୁବିଧାର ମଧ୍ୟ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ।

ଏଥିସହ ୧୬୨ କିଲୋମିଟରର ବାଂଶପାଣି-ଦୈତାରୀ-ଟମକା-ଯଖପୁରା ରେଳ ଲାଇନ୍ ଦୋହରୀକରଣକୁ ଦେଶ ପାଇଁ ଉତ୍ସର୍ଗ କରିବେ। ପୁରୀ- ନୂଆଦିଲ୍ଲୀ ମଧ୍ୟରେ ନୂଆ ଟ୍ରେନ୍ କେନ୍ଦୁଝରଗଡ଼ ଷ୍ଟେସନରୁ ଶୁଭାରମ୍ଭ ହେବା ସହ, କେନ୍ଦ୍ରାପଡା ଜିଲ୍ଲା ଦେଇ ପ୍ରଥମ ଯାତ୍ରୀ ବାହୀ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ଏସବୁ ଉନ୍ନୟନ ମୂଳକ ପ୍ରକଳ୍ପ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।

Advertisment

ଅନ୍ୟପଟେ ପ୍ରତୀକ୍ଷିତ ହରିଦାସପୁର-ପାରାଦୀପ ରେଲୱେ ଟ୍ରାକରେ ଗଡ଼ିବ ପାସେଞ୍ଜର ଟ୍ରେନ୍ l ଏହାକୁ ପତାକା ଦେଖାଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରାରମ୍ଭିକ ଅବସ୍ଥାରେ ପାରାଦୀପରୁ କେନ୍ଦୁଝର ଯାଏଁ ଏକ ମେମୁ ଟ୍ରେନ୍ ଚଳାଚଳ କରିବ। ଏହା ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ଦେଇ ଗଡ଼ିବ ପ୍ରଥମ ଯାତ୍ରୀବାହୀ ଟ୍ରେନ୍। ଦିନକ ତଳେ ଏହି ରୁଟରେ ହୋଇଥିଲା ଟ୍ରାଏଲ୍ ରନ୍। ଗତ ରବିବାର ରେଲୱେ ସେଫଟି କମିଶନ୍ ର ଏକ ବିଶେଷଜ୍ଞ ଟିମ଼ କେନ୍ଦ୍ରାପଡ଼ାରେ ପହଞ୍ଚି ରେଳଲାଇନ୍ ଯାଞ୍ଚ୍ କରିବା ସହ ପରୀକ୍ଷାମୂଳକ ଭାବେ ଏକ ପାସେଞ୍ଜର ଟ୍ରେନର ଟ୍ରାଏଲ୍ ରନ୍ କରାଇଥିଲେ।

BJD BJP Congress PM Narendra Modi Odisha Politics General Election 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ