Narendra Modi
ଫେବ୍ରୁଆରୀ ୩ ତାରିଖ ପରେ ପୁଣି ୧୦ ତାରିଖରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୁବନେଶ୍ୱରରେ ବିଶାଳ ମହିଳା ସମାବେଶରେ ଯୋଗ ଦେବାକୁ ଆସିବେ ମୋଦି। ରାଜଧାନୀରେ ହେବାକୁ ଥିବା ଏହି ବିଶାଳ ମହିଳା ସମାବେଶରେ ଏକାଠି ହେବେ ୧୪ ରାଜ୍ୟର ୨୫ ହଜାରରୁ ଅଧିକ ମହିଳା। ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ।
ସାରା ଦେଶରେ ଦୁଇଟି ବଡ଼ ବଡ଼ ମହିଳା ସମାବେଶ ଆୟୋଜନ ହେଉଥିବା ବେଳେ ଗୋଟିଏ ମଧ୍ୟପ୍ରଦେଶ ଏବଂ ଆଉ ଗୋଟିଏ ଓଡ଼ିଶାରେ ଆୟୋଜିତ ହେବ। ବିଜେଡି ମହିଳା ଭୋଟ ବ୍ୟାଙ୍କ ଭାଙ୍ଗିବାକୁ ବିଜେପିର ଏହା ଏକ ବଡ଼ ଷ୍ଟ୍ରାଟେଜି। ଭୁବନେଶ୍ୱରରେ ଫେବ୍ରୁଆରୀ ୧୦ ତାରିଖରେ ବିଜେପି ଆୟୋଜନ କରୁଛି ବିଶାଳ ସମାବେଶ । ସମାବେଶରେ ମହିଳାମାନଙ୍କୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ।
ଏପଟେ ଆସନ୍ତା ୩ ତାରିଖରେ ସମ୍ବଲପୁର ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। IIMର ସ୍ଥାୟୀ କ୍ୟାଂପସର ଉଦଘାଟନ ସହ ସମ୍ବଲପୁରରେ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1706431655.jpg)