ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଉ ଏକ ରେକର୍ଡ। ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗିଛନ୍ତି ନବୀନ । ବନିଛନ୍ତି ଦେଶର ଦ୍ୱିତୀୟ ସର୍ବାଧିକ ଅବଧିର ମୁଖ୍ୟମନ୍ତ୍ରୀ । ୨୦୦୦ ମସିହା ମାର୍ଚ୍ଚ ୫ ତାରିଖରେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ ନବୀନ । ଏବେ ଲଗାତର ପଂଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳି ଆସୁଛନ୍ତି ।
Also Read
ଜ୍ୟୋତି ବସୁ ପଶ୍ଚିମବଙ୍ଗରେ ସିପିଏମ୍ର ୩୪ ବର୍ଷ ସରକାରରେ ୨୩ ବର୍ଷ ୧୩୮ ଦିନ ମୁଖ୍ୟମନ୍ତ୍ରୀ ଭାବେ ରହିଥିଲେ। ଆଜି ନବୀନ, ଜ୍ୟୋତି ବସୁଙ୍କ ଏହି ରେକର୍ଡ ଭାଙ୍ଗି ଦେଶର ଦ୍ୱିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ବନିଛନ୍ତି।
ଦେଶରେ ଦୀର୍ଘ ସମୟ ଧରି ମୁଖ୍ୟମନ୍ତ୍ରୀ ପଦରେ ରହିବାରେ ପ୍ରଥମ ସ୍ଥାନରେ ରହିଛନ୍ତି ସିକ୍କିମର ପୂର୍ବତନ ମୁଖ୍ୟମନ୍ତ୍ରୀ ପୱନ କୁମାର ଚାମଲିଙ୍ଗ। ସେ ୧୯୯୪ ଡିସେମ୍ବର ୧୨ ରୁ ୨୦୧୯ ମେ ୨୭ ତାରିଖ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଥିଲେ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଉ ଏକ ରେକର୍ଡ। ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗିଲେ ନବୀନ...#Odisha #ChiefMinister #NaveenPatnaik pic.twitter.com/EdGJ7RzEBV
— ଓଟିଭି (@otvkhabar) July 22, 2023