Advertisment

ମୁଖ୍ୟମନ୍ତ୍ରୀ ଭାବେ ନବୀନ ଭାଙ୍ଗିଲେ ଜ୍ୟୋତି ବସୁଙ୍କ ରେକର୍ଡ, ଏବେ ଦେଶରେ ଦ୍ୱିତୀୟ

ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗିଲେ ନବୀନ । ବନିଛନ୍ତି ଦେଶର ଦ୍ୱିତୀୟ ସର୍ବାଧିକ ଅବଧିର ମୁଖ୍ୟମନ୍ତ୍ରୀ ।

Naveen Patnaik - Jyoti Basu

Naveen Patnaik - Jyoti Basu

Advertisment

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଉ ଏକ ରେକର୍ଡ। ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗିଛନ୍ତି ନବୀନ । ବନିଛନ୍ତି ଦେଶର ଦ୍ୱିତୀୟ ସର୍ବାଧିକ ଅବଧିର ମୁଖ୍ୟମନ୍ତ୍ରୀ । ୨୦୦୦ ମସିହା ମାର୍ଚ୍ଚ ୫ ତାରିଖରେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ ନବୀନ । ଏବେ ଲଗାତର ପଂଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳି ଆସୁଛନ୍ତି ।

Advertisment

ଜ୍ୟୋତି ବସୁ ପଶ୍ଚିମବଙ୍ଗରେ ସିପିଏମ୍‌ର ୩୪ ବର୍ଷ ସରକାରରେ ୨୩ ବର୍ଷ ୧୩୮ ଦିନ ମୁଖ୍ୟମନ୍ତ୍ରୀ ଭାବେ ରହିଥିଲେ। ଆଜି ନବୀନ, ଜ୍ୟୋତି ବସୁଙ୍କ ଏହି ରେକର୍ଡ ଭାଙ୍ଗି ଦେଶର ଦ୍ୱିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ବନିଛନ୍ତି।

ଦେଶରେ ଦୀର୍ଘ ସମୟ ଧରି ମୁଖ୍ୟମନ୍ତ୍ରୀ ପଦରେ ରହିବାରେ ପ୍ରଥମ ସ୍ଥାନରେ ରହିଛନ୍ତି ସିକ୍କିମର ପୂର୍ବତନ ମୁଖ୍ୟମନ୍ତ୍ରୀ ପୱନ କୁମାର ଚାମଲିଙ୍ଗ। ସେ ୧୯୯୪ ଡିସେମ୍ବର ୧୨ ରୁ ୨୦୧୯ ମେ ୨୭ ତାରିଖ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଥିଲେ।

Advertisment


— ଓଟିଭି (@otvkhabar) July 22, 2023

Naveen Patnaik BJD Odisha Politics
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ