Advertisment

ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା କଥା ନବୀନ ପୂର୍ବରୁ ଜାଣିଥିଲେ !

ଦ୍ରୌପଦୀ ମୁର୍ମୁ NDAର ରାଷ୍ଟ୍ରପତି ପ୍ରାର୍ଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକଥା ପୂର୍ବରୁ ଜାଣିଥିଲେ। ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇ ନବୀନ କରିଥିବା ଟ୍ୱିଟ୍‌ରେ ଏହାର ସଙ୍କେତ ମିଳିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Naveen Had Knowledge About Draupadi Murmu's Selection As Presidential Candidate

Naveen Had Knowledge About Draupadi Murmu's Selection As Presidential Candidate

ଦ୍ରୌପଦୀ ମୁର୍ମୁ NDAର ରାଷ୍ଟ୍ରପତି ପ୍ରାର୍ଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକଥା ପୂର୍ବରୁ ଜାଣିଥିଲେ। ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇ ନବୀନ କରିଥିବା ଟ୍ୱିଟ୍‌ରେ ଏହାର ସଙ୍କେତ ମିଳିଛି। ଟ୍ୱିଟ୍‌ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ‘ଦେଶର ସର୍ବୋଚ୍ଚ ପଦବୀ ପାଇଁ ଏନ୍‌ଡିଏ ପକ୍ଷରୁ ପ୍ରାର୍ଥିନୀ ହୋଇଥିବା ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଉଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଲୋଚନା କରିବା ବେଳେ ବହୁତ ଖୁସି ହୋଇଥିଲି। ପ୍ରତିଟି ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ମୁହୂର୍ତ୍ତ।ଙ’

Advertisment

ମୁଖ୍ୟମନ୍ତ୍ରୀ ଆହୁରି ଟ୍ୱିଟ୍‌ କରି କହିଛନ୍ତି, ‘ମୋର ବିଶ୍ୱାସ ଶ୍ରୀମତୀ ମୁର୍ମୁ ମହିଳା ସଶକ୍ତିକରଣ କ୍ଷେତ୍ରରେ ସାରା ଦେଶରେ ନୂଆ ଉଦାହରଣ ସୃଷ୍ଟି କରିବେ’।

Advertisment

ଅନ୍ୟପକ୍ଷେ, ଏନ୍‌ଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯିବା ପରେ ତାଙ୍କୁ Z+ ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରାଯାଇଛି। ଯେଉଁଥିରେ ୧୦ରୁ ଅଧିକ ଏନ୍ଏସ୍‌ଜି ସହ ସିଆରପିଏଫ୍ କମାଣ୍ଡୋ ରହିଛନ୍ତି। ଏହି ସୁରକ୍ଷା ବ୍ୟବସ୍ଥା ୨୪ ଘଣ୍ଟିଆ ଭାବେ ତାଙ୍କ ସହ ରହିବ।

Presidential Candidate Draupadi Murmu Presidential Elections 2022 NDA Presidential Candidate Droupadi Murmu
Advertisment
Advertisment